Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଭିଜିଲାନ୍ସ ଜାଲରେ ଡେପୁଟି ଟ୍ରାନ୍ସପୋର୍ଟ କମିଶନର

କଟକ: କଟକ ଜିଲ୍ଲା ଡେପୁଟି ଟ୍ରାନ୍ସପୋର୍ଟ କମିଶନର ଘରେ ଭିଜିଲାନ୍ସ ଚଢାଉ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କ ଘରେ ଭିଜିଲାନ୍ସ ଚଢଉ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପ୍ରଦୀପଙ୍କ ଅଫିସ ୯ଟି ସ୍ଥାନରେ ରେଡ୍ ଚାଲିଛି।

ପ୍ରଦୀପ ମହାନ୍ତିଙ୍କ ଘର ସହ ଭୁବନେଶ୍ୱର, କଟକ, ପୁରୀ ଓ ନୟାଗଡ଼ ସମେତ ୯ଟି ସ୍ଥାନରେ ଚଢ଼ାଉ କରାଯାଇଛି। ଏନେଇ ସ୍ୱତନ୍ତ୍ର ବିଚାରପତିଙ୍କ ଦ୍ୱାରା ସର୍ଚ୍ଚ ୱାରେଣ୍ଟ ଜାରି ହେବା ପରେ ଓଡିଶା ଭିଜିଲାନ୍ସ ଦ୍ୱାରା ଚଢାଉ କରାଯାଉଛି।

ଏହି ଚଢାଉରେ ୨ ଜଣ ଆଡସିନାଲ ଏସପି, ୧୩ ଜଣ ଡିଏସପି, ୧୨ ଇନ୍ସପେକ୍ଟର, ୨୫ ଜଣ ଏସ୍‌ଆଇଆଇ ସମେତ ଅନ୍ୟ ଭିଜିଲାନ୍ସ ଅଧିକାରୀ ସାମିଲ ହୋଇଛନ୍ତି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ