Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଗୁମ୍ମା ବ୍ଲକ ପରିଡ଼ା ପଞ୍ଚାୟତରେ ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

ପାରଳାଖେମୁଣ୍ଡି:୧୧/୩(ଗରୁଡ଼ ଧ୍ୱଜ ଚୌଧୁରୀ) ଗଜପତି ଜିଲ୍ଲା ଗୁମ୍ମା ବ୍ଲକ ଅନ୍ତର୍ଗତ ପରିଡ଼ା ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି।ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ବିଜୟ କୁମାର ଦାଶ,ଆରକ୍ଷୀ ଅଧିକ୍ଷକ ଯତୀନ୍ଦ୍ର କୁମାର ପଣ୍ଡା,ପୃଥ୍ବୀରାଜ ମଣ୍ଡଳ ଭାରପ୍ରାପ୍ତ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଗଜପତି ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦେଇଥିଲେ।ପରିଡ଼ା ଗ୍ରାମ ପଞ୍ଚାୟତ ସମେତ ଗାଇବା,ବୃଷଭ ଓ ବାଇଝାଲ ପଞ୍ଚାୟତର ସମୁଦାୟ ମୋଟ ୭୧ଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୨୭ଟି ଓ ଗ୍ରାମ ଭିତ୍ତିକ ସମସ୍ୟା- ୪୪ଟି ଅଭିଯୋଗ ରହିଥିବା ବେଳେ ସେଥିମଧ୍ୟରୁ ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରିବା ପାଇଁ ଜିଲ୍ଲାପାଳ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ପ୍ରଧାନମନ୍ତ୍ରୀ ଆବାସୀ ଯୋଜନା,ସାମାଜିକ ସୁରକ୍ଷା,ଜମି ପଟ୍ଟା,ମନରେଗା,ଗୃହ ନିର୍ମାଣ,ରାସନ୍ କାର୍ଡ,ଶିକ୍ଷା,ଜଳ ସେଚନ,ସ୍ଵାସ୍ଥ୍ୟ ଓ ରାସ୍ତା ସମସ୍ୟା ନେଇ ଅଭିଯୋଗ ଆସିଥିଲା।ସେହିପରି ଜନ ଅଭିଯୋଗ ଶୁଣାଣୀ ସମୟରେ ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ସୁନେମି ମଣ୍ଡଳ ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଦୁଲାରାମ ମାରାଣ୍ଡି,ତହସିଲଦାର ଦେବୀ ପ୍ରସନ୍ନ ସ୍ୱରସ୍ୱତ,ଜିଲ୍ଲା ମୁଖ୍ୟ ଚିକିତ୍ସା,ଜନସ୍ବାସ୍ଥ୍ୟ ଅଧିକାରୀ,ଜିଲ୍ଲା ସାମାଜିକ ସୁରକ୍ଷା,ଭିନ୍ନକ୍ଷମ ସଶକ୍ତିକରଣ ଅଧିକାରୀ,ସ୍ଥାନୀୟ ସରପଞ୍ଚ ଓ ଜନପ୍ରତିନିଧି ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories