ଭୁବନେଶ୍ୱର: ରାଜ୍ୟରେ ଆହୁରି ୩ ଦିନ କଲବଲ କରିବ ତାତି। ଆଜି ପ୍ରବଳ ଖରା ସାଙ୍ଗକୁ ଗୁଳୁଗୁଳି ନେଇ ପାଣପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ୨ରୁ ୪ ଡିଗ୍ରୀ ବଢ଼ିପାରେ ପାରଦ। ଏହାକୁ ନେଇ ସବୁ ଜିଲ୍ଲାପାଳଙ୍କୁ ସତର୍କ କରାଯାଇଛି।
ବର୍ତ୍ତମାନ ଉପକୂଳରୁ ଉପାନ୍ତ ସବୁଠି ତାତି ବଢ଼ୁଥିବା ବେଳେ କଲବଲ ହେଉଛନ୍ତି ଜନସାଧାରଣ। ଚଳିତ ସପ୍ତାହରେ ୧୩ ତାରିଖରୁ ୩ ଦିନ ପର୍ଯ୍ୟନ୍ତ ଗ୍ରୀଷ୍ମ ଲହରୀ ଜନିତ ୟେଲୋ ଆଲର୍ଟ ଜାରି କରାଯାଇଛି। ବିଶେଷ କରି ପଶ୍ଚିମ ଓଡିଶା ବା ଆଭ୍ୟନ୍ତରୀଣ ଓଡ଼ିଶାରେ ତାତି ୪୦ ଡିଗ୍ରୀ ଟପିବାର ସମ୍ଭାବନା ରହିଛି। ଜିଲ୍ଲା ଗୁଡିକ ମଧ୍ୟରେ ରହିଛି- ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ୱଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗିର ଓ ବରଗଡ଼।
ଅପରପକ୍ଷରେ ମଙ୍ଗଳବାର ବୌଦ୍ଧରେ ତାପମାତ୍ରା ୩୯.୫ ଡିଗ୍ରୀ ପହଞ୍ଚିଥିଲା ବେଳେ ଝାରସୁଗୁଡ଼ାରେ ତାପମାତ୍ରା ୩୮.୬ ଡିଗ୍ରୀ ରେକର୍ଡ ହୋଇଥିଲା।