Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

କଲବଲ କରିବ ତାତି; ୨ରୁ ୩ ଡିଗ୍ରୀ ବଢିବ ତାପମାତ୍ରା

ଭୁବନେଶ୍ୱର: ଆସନ୍ତା ୪ ଦିନ ପାଇଁ ହିଟ୍ୱେବ ୱାର୍ଣ୍ଣିଂ ଦେଇଛି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର। ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବ ଦିନ ତାପମାତ୍ରା। ଏସବୁ ଜିଲ୍ଲାଗୁଡିକ ହେଲା ଝାରସୁଗୁଡ଼ା, ସମ୍ବଲପୁର, ବଲାଙ୍ଗିର ଓ ବୌଦ୍ଧ।

ସେହିପରି ଆସନ୍ତାକାଲି ପାଇଁ ୬ଟି ଜିଲ୍ଲାକୁ ହିଟୱେଭ ୱାର୍ଣ୍ଣିଂ ଜାରି ହୋଇଛି। ୧୫ ତାରିଖ ପାଇଁ ମଧ୍ୟ ୪ ଜିଲ୍ଲାକୁ ଅରେଞ୍ଜ, ୪ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ଗତକାଲି ବୌଦ୍ଧରେ ସର୍ବାଧିକ ତାପମାତ୍ରା ୪୦.୫ ଡିଗ୍ରୀ ସେଲସିଏସ ରେକର୍ଡ କରାଯାଇଛି।

ଏହାସହ ଅନେକ ସ୍ଥାନରେ ତାପମାତ୍ରା ୩୯ ଡିଗ୍ରୀ ରହିଛି। ବିଶେଷ କରି ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ତାତିର ପ୍ରଭାବ ସବୁଠୁ ଅଧିକ ଅନୁଭୂତ ହେବା ନେଇ ପାଣିପାଗ କେନ୍ଦ୍ର ଆକଳନ କରିଛି।

ଆହୁରି ମଧ୍ଯ ପାଣିପାଗ କେନ୍ଦ୍ରର ଏହି ସୂଚନାକୁ ଆଧାର କରି ରାଜ୍ୟର ସମସ୍ତ ଜିଲ୍ଲାପାଳଙ୍କୁ ସତର୍କ ରହିବା ପାଇଁ ଏସ୍‌ଆରସିଙ୍କ କାର୍ଯ୍ୟାଳୟରୁ ନିର୍ଦ୍ଦେଶ ଦିଆଯାଇଛି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ