Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ରାଜ୍ୟରେ ଉପରମୁହାଁ ପାରଦ; ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ ସହର

ଭୁବନେଶ୍ଵର: ରାଜ୍ୟରେ ଉପରମୁହାଁ ହେଉଛି ପାରଦ। ଅସହ୍ୟ ହେଉଛି ଗ୍ରୀଷ୍ମ ଲହରୀ। ଆଜି ପ୍ରବଳ ତାତି ଓ ଖରା ନେଇ ୩ ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି କରାଯାଇଛି। ଏହାମଧ୍ୟରେ ସମ୍ବଲପୁର, ଝାରସୁଗୁଡା ଓ କଳାହାଣ୍ଡି ଜିଲ୍ଲା ରହିଛି।

ପାଣିପାଗ ବିଭାଗର ରିପୋର୍ଟ ଅନୁସାରେ, ଦିନ ୧୧ଟା ୩୦ ସୁଦ୍ଧା ୩୭ ଡିଗ୍ରୀ ସହ ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ ସହର ପାଲଟିଛି । କେନ୍ଦୁଝରରେ ୩୬.୪, ସମ୍ବଲପୁରରେ ୩୬.୨, ରାଉରକେଲାରେ ୩୫.୪ ଓ ହୀରାକୁଦରେ ୩୪.୨ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି ।

ସେହିପରି ଆଭ୍ୟନ୍ତରୀଣ ଓଡ଼ିଶାର ସର୍ବୋଚ୍ଚ ତାମମାତ୍ରା ସ୍ବାଭାବିକ ଠାରୁ ୫ରୁ ୭ ଡିଗ୍ରୀ ଅଧିକ ରହିଥିବା ବେଳେ ଉପକୂଳ ଓଡ଼ିଶାରେ ୨ରୁ ୩ ଡିଗ୍ରୀ ଅଧିକ ରହିଛି । ୧୮ ତାରିଖ ଯାଏ ଏଭଳି ସ୍ଥିତିରୁ ନିସ୍ତାର ନାହିଁ। ତେବେ ମାର୍ଚ୍ଚ ୧୯, ୨୦ ଓ ୨୧ ତାରିଖରେ ରାଜ୍ୟର କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଥିବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ମିଳିଛି ସୂଚନା ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ