Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ପୁରୀ ସ୍ବର୍ଗଦ୍ବାରରେ ସଂପନ୍ନ ହେବ ବିଶିଷ୍ଠ କବି ରମାକାନ୍ତ ରଥଙ୍କ ଶେଷକୃତ୍ୟ

ଭୁବନେଶ୍ୱର: ପୁରୀ ସ୍ବର୍ଗଦ୍ବାରରେ ସଂପନ୍ନ ହେବ ବିଶିଷ୍ଠ କବି ରମାକାନ୍ତ ରଥଙ୍କ ଶେଷକୃତ୍ୟ। ୯୧ ବର୍ଷ ବୟସରେ ଭୁବନେଶ୍ବର ସ୍ଥିତ ବାସଭଭନରେ ସେ ଶେଷ ନିଶ୍ବାସ ତ୍ୟାଗ କରିଥିଲେ। ଶ୍ରୀରାଧା କବିତା ସଂକଳନ ପାଇଁ ସେ ଥିଲେ ପରିଚିତ।

ଉଲ୍ଲେଖଯୋଗ୍ୟ, ୧୯୩୪ ମସିହା ଡିସେମ୍ବର ୧୩ ତାରିଖରେ କଟକରେ ଜନ୍ମଗ୍ରହଣ କରିଥିଲେ ରମାକାନ୍ତ ରଥ । ସେ ଥିଲେ ଓଡ଼ିଆ ସାହିତ୍ୟର ଜଣେ ଆଧୁନିକ କବି । ଇଂରାଜୀରେ ରେଭେନ୍ସା କଲେଜରୁ ଏମ.ଏ. କରିବା ପରେ ୧୯୫୭ରେ ଭାରତୀୟ ପ୍ରଶାସନିକ ସେବା ଯୋଗଦେଇଥିଲେ । ୧୯୯୨ରେ ଅବସର ଗ୍ରହଣ କରିବା ପୂର୍ବରୁ ଓଡ଼ିଶାର ମୁଖ୍ୟ ଶାସନ ସଚିବ ଥିଲେ ।

ସେହିପରି ରମାକାନ୍ତଙ୍କ କବିତା ସଂକଳନ ମଧ୍ୟରେ କେତେ ଦିନର, ସନ୍ଦିଗ୍ଧ ମୃଗୟା, ସପ୍ତମ ରତୁ, ସଚିତ୍ର ଅନ୍ଧାର, ଶ୍ରୀରାଧା ଏବଂ ଶ୍ରେଷ୍ଠ କବିତା ଆଦି ବେଶ ପାଠକୀୟ ଶ୍ରଦ୍ଧା ଲାଭ କରିଥିଲା। ସାରସ୍ବତ କ୍ଷେତ୍ରରେ ଅତୁଳନୀୟ ଅବଦାନ ପାଇଁ ୨୦୦୬ରେ ତାଙ୍କୁ ପଦ୍ମଭୂଷଣରେ ସମ୍ମାନିତ କରାଯାଇଥିଲା।