Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ବ୍ରହ୍ମପୁର ସହର ଅନ୍ତର୍ଗତ ଲାଞ୍ଜିପଲ୍ଲି ଅଂଚଳରେ ଛୁରାମାଡ଼ରେ କଣ୍ଟ୍ରାକ୍ଟର ମୃତ ଅଭିଯୁକ୍ତ ଗିରଫ

ପାରଳାଖେମୁଣ୍ଡି:୧୭/୩(ଗରୁଡ଼ ଧ୍ୱଜ ଚୌଧୁରୀ) ଛୁରା ମାଡ଼ରେ ବ୍ରହ୍ମପୁର ସହର ଅନ୍ତର୍ଗତ ଲାଞ୍ଜିପଲ୍ଲୀ ଚାଣକ୍ୟ ନଗର ଅଞ୍ଚଳର କଣ୍ଟ୍ରାକ୍ଟର ଟି.ରାମଚନ୍ଦ୍ର ପାତ୍ରଙ୍କ ମୃତ୍ୟୁ ଘଟିଛି । ପପୁନ ସାବତ(୩୨)ଓରଫ ଚନ୍ଦନ ନାମକ ଜଣେ ଯୁବକ ତାଙ୍କୁ ଛୁରୀ ଭୂଷିଥିବା ହତ୍ୟା କରିଥିବା ଅଭିଯୋଗ ହେବା ପରେ ପୁଲିସ ତୁରନ୍ତ ପଦକ୍ଷେପ ଗ୍ରହଣ କରି ଅଭିଯୁକ୍ତ ପପୁନକୁ ଗିରଫ କରିଛି । ହୋଲି ଖେଳିବା ପରେ ରାମ ନିଜ ଘରେ ଅନ୍ୟ ଏକ ସାଙ୍ଗସହ ବସି କଥାହେଉଥିବା ବେଳେ ପପୁନ ଆସିଥିଲା । କିଛି ସମୟ ପରେ କୌଣସି କାରଣକୁ ନେଇ ପପୁନ ଓ ରାମ ମଧ୍ୟରେ ବଚସା ହୋଇଥିଲା । ପରେ ପପୁନ ଏକ ଛୁରୀ ସାହାଯ୍ୟରେ ରାମଙ୍କ ବେକୁ ଆକ୍ରମଣ କରିବାରୁ ସେ ଗୁରୁତର ଆହତ ହୋଇଥିଲେ । ଗୁରୁତର ଅବସ୍ଥାରେ ରାମ ଉଦ୍ଧାର କରାଯାଇ ବଡ଼ ମେଡ଼ିକାଲରେ ଭର୍ତ୍ତି କରାଯାଇଥିଲା । ଏଠାରେ ଡାକ୍ତର ତାକୁ ମୃତ ଘୋଷଣା କରିଥିଲେ । ଅନ୍ୟପକ୍ଷରେ ମଦ ପିଇବାକୁ ନ ଦେବାରୁ ପପୁନ ଛୁରୀ ଭୂଷି ଏଭଳି କାଣ୍ଡ କରିଥିବା ଶୁଣିବାକୁ ମିଳୁଛି । ସ୍ଥାନୀୟ ଲୋକେ ପପୁନକୁ କାବୁ କରି ନିର୍ଧୁମ ଛେଚିବା ପରେ ପୁଲିସକୁ ହସ୍ତାନ୍ତର କରିଥିଲେ । ପୁଲିସ ଅଭିଯୁକ୍ତ ପପୁନକୁ ଥାନାରେ ଅଟକ ରଖି ତଦନ୍ତ କରୁଛି ।ତେବେ ମୃତକ ଓ ହତ୍ୟାକାରୀଙ୍କ ମଧ୍ୟରେ ପୂର୍ବରୁ ଶତ୍ରୁତା ରହିଥିଲା କି ନାହିଁ ତାହା ପୁଲିସର ତଦନ୍ତ ପରେ ହିଁ ଜଣାପଡ଼ିବ ବୋଲି ପୁଲିସ କହିଛି । ଅନ୍ୟପକ୍ଷରେ ହତ୍ୟା ପଛର ପ୍ରକୃତ କାରଣ ସ୍ପଷ୍ଟ କରିବା ପାଇଁ ପୁଲିସ ତଦନ୍ତ ଜାରି ରଖିଛି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories