Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ରାୟଗଡ଼ ବ୍ଲକ ଡମ୍ବାଳ ଗ୍ରାମ ପଞ୍ଚାୟତ କଲ୍ୟାଣ ମଣ୍ଡପ ଠାରେ ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ।

ପାରଳାଖେମୁଣ୍ଡି:୧୭/୩(ଗରୁଡ଼ ଧ୍ୱଜ ଚୌଧୁରୀ)ଗଜପତି ଜିଲ୍ଲା ରାୟଗଡ ବ୍ଲକ ଅନ୍ତର୍ଗତ ଡ଼ମ୍ବାଳ ଗ୍ରାମ ପଞ୍ଚାୟତ କଲ୍ୟାଣ ମଣ୍ଡପ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶ,ଆରକ୍ଷୀ ଅଧିକ୍ଷକ ଶ୍ରୀ ଯତୀନ୍ଦ୍ର କୁମାର ପଣ୍ଡା , ଶ୍ରୀ ଶଙ୍କର କେରକେଟା,ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଗଜପତି ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ଡ଼ମ୍ବାଳ ଗ୍ରାମ ପଞ୍ଚାୟତ ସମେତ ଆମେଡ଼ା, ଲୋବା ଓ ତଳମୁଣ୍ଡା ପଞ୍ଚାୟତର ସମୁଦାୟ ମୋଟ- ୧୩୭ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୫୫ ଗୋଟି,ଗ୍ରାମ ଭିତ୍ତିକ ସମସ୍ୟା- ୮୨ ଓ ଗୋଟି ଅଭିଯୋଗକୁ ତୁରନ୍ତ ସମାଧାନ କରାଯାଇଛି । ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ପ୍ରଧାନମନ୍ତ୍ରୀ ଆବାସୀ ଯୋଜନା,ସାମାଜିକ ସୁରକ୍ଷା,ଜମି ପଟ୍ଟା,ମନରେଗା,ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା,ଜଳ ସେଚନ, ସ୍ଵାସ୍ଥ୍ୟ ଓ ରାସ୍ତା ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା । ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ରାୟଗଡ ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ପୂର୍ଣ୍ଣବାସି ନାୟକ, ଉପ- ଅଧ୍ୟକ୍ଷ ଶ୍ରୀ ଜ୍ୟୋତି ପ୍ରସାଦ ପାଣି,ଶ୍ରୀ ଅନୁପ ପଣ୍ଡା, ଉପଜିଲ୍ଲାପାଳ ପାରଳାଖେମୁଣ୍ଡି, ଶ୍ରୀ ଅଂଶୁମାନ ମହାପାତ୍ର, ସମ୍ମତ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ପାରଳାଖେମୁଣ୍ଡି,ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ସୁକାନ୍ତ ପ୍ରଧାନ,ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ,ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ଅଧିକାରୀ ଓ ସ୍ଥାନୀୟ ସରପଞ୍ଚ ଓ ଜନପ୍ରତିନିଧି ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଅଭିଯୋଗ ଶୁଣାଣୀ ରେ ଉପସ୍ଥିତ ଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories

ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ ଅଧିକାରୀଙ୍କ ବଦଳି ଦାବୀ କରି ଆଶା କର୍ମୀଙ୍କ ଧାରଣା ସହ ସରକାରୀ ପ୍ରୋକଷ୍ଠ ରେ ତାଲା ପକାଇଲେପାରଳାଖେମୁଣ୍ଡି:୯/୨(ଗରୁଡ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲାର ଆଦିବାସୀ ଅଧ୍ୟୁଷିତ ବ୍ଲକ ଭାବେ ପରିଚିତ ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅଧିକାରୀ ଙ୍କ ବଦଳି ଦାବି ରେ ଆଶାକର୍ମୀ ଙ୍କ ଧାରଣା l ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ଙ୍କ ସରକାରୀ ପ୍ରକୋଷ୍ଠ ରେ ତାଲା ପକାଇ ପ୍ରକୋଷ୍ଠ ସମ୍ମୁଖରେ ଆଶାକର୍ମୀ ଧାରଣା ଦେଇଛନ୍ତି l ସେମାନଙ୍କ କୌଣସି କାର୍ଯ୍ୟ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ କରୁନଥିବା ଅଭିଯୋଗ କରିଛନ୍ତି ଆଶାକର୍ମୀ l ଯେବେଠାରୁ ଡାକ୍ତର ଜୟ ପଣ୍ଡା ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ଭାବେ ଦାୟିତ୍ୱ ନେଇଛନ୍ତି ସେହି ଦିନ ଠାରୁ ଆଶାକର୍ମୀ ଙ୍କୁ ନିୟମିତ ପାରିଶ୍ରମିକ ମିଳୁନଥିବା ଅଭିଯୋଗ କରିଛନ୍ତି l ପୂର୍ବରୁ ଅନେକ ଥର ପ୍ରଶାସନ ଠାରେ ଦାବି କରିଥିଲେ ମଧ୍ୟ କୌଣସି ସମାଧାନ ହୋଇନି l ଯେତେବେଳେ ପର୍ଯ୍ୟନ୍ତ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ଙ୍କୁ ବଦଳି ହୋଇନି ସେତେବେଳେ ପର୍ଯ୍ୟନ୍ତ ଧାରଣା ଜାରି ରହିବ ବୋଲି ଆଶାକର୍ମୀ ସଂଘ ସଭାନେତ୍ରୀ ଅନୁପମା ନାୟକ,ବ୍ଲକ ସଭାନେତ୍ରୀ ସଙ୍ଗୀତା ନାୟକ ଚେତାବନୀ ଦେଇଛନ୍ତି l