Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ଆଜିଠୁ ୨୪ ଯାଏଁ ବର୍ଷା

ଭୁବନେଶ୍ୱର: ଆଜିଠୁ ୨୪ ଯାଏଁ ହେବ ବର୍ଷା। ରାଜ୍ୟର କାଳବୈଶାଖୀ ପ୍ରଭାବରେ ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାର କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷାର ସମ୍ଭାବନା ରହିଛି।

ପାଣିପାଗ ବିଭାଗର ଆକଳନ ଅନୁଯାୟୀ, ଆଜି ଭଦ୍ରକ ,ବାଲେଶ୍ୱର, ଯାଜପୁର, କେନ୍ଦ୍ରାପଡା, କଟକ ଓ ଜଗତସିଂହପୁର ଜିଲ୍ଲାରେ ଗୋଟିଏ ଦୁଇଟି ସ୍ଥାନରେ ହାଲୁକା ବର୍ଷା ସହ ଘଡ଼ଘଡ଼ି ବିଜୁଳି ହେବାର ସମ୍ଭାବନା ରହିଛି। ୨୦ ଏବଂ ୨୧ ତାରିଖରେ ଘଡଘଡି ସହ ବର୍ଷା ଏବଂ ଝଡ଼ ପବନ ହେବାର ସମ୍ଭାବନା ରହିଛି। ବିଜୁଳ, ଘଡ଼ଘଡ଼ି ପାଇଁ କିଛି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଓ କିଛି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆଗାମୀ ଦୁଇ ଦିନ ପାଇଁ ଦିନ ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ। ୩ ଦିନ ପରେ ବର୍ଷା ପ୍ରଭାବରେ ସ୍ଵାଭାବିକ ତାପମାତ୍ରାରୁ ୩ ରୁ ୫ ଡିଗ୍ରୀ ସେଲସିୟସ ଯାଏ ହ୍ରାସ ଦେଖିବାକୁ ମିଳିବ।

ପାଣିପାଗ ବିଭାଗର ଆକଳନ ଅନୁଯାୟୀ, ଆଜି ଭଦ୍ରକ ,ବାଲେଶ୍ୱର, ଯାଜପୁର, କେନ୍ଦ୍ରାପଡା, କଟକ ଓ ଜଗତସିଂହପୁର ଜିଲ୍ଲାରେ ଗୋଟିଏ ଦୁଇଟି ସ୍ଥାନରେ ହାଲୁକା ବର୍ଷା ସହ ଘଡ଼ଘଡ଼ି ବିଜୁଳି ହେବାର ସମ୍ଭାବନା ରହିଛି। ୨୦ ଏବଂ ୨୧ ତାରିଖରେ ଘଡଘଡି ସହ ବର୍ଷା ଏବଂ ଝଡ଼ ପବନ ହେବାର ସମ୍ଭାବନା ରହିଛି। ଆଗାମୀ ଦୁଇ ଦିନ ପାଇଁ ଦିନ ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ।