Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ଆଜିଠୁ ସକାଳୁଆ ଅଙ୍ଗନବାଡି ପାଠ ପଢା

ଭୁବନେଶ୍ୱର: ଖରା ଆରମ୍ଭରୁ ହିଁ ଦହଗଞ୍ଜ ହେଲେଣି ଲୋକେ। ଓଡ଼ିଶାରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ଆଜିଠୁ ସକାଳୁଆ ଅଙ୍ଗନବାଡି ପାଠ ପଢା ଆରମ୍ଭ ହୋଇଛି। ଆଗକୁ ତାପମାତ୍ରା ଆହୁରି ବୃଦ୍ଧି ପାଇବା ନେଇ ପୂର୍ବାନୁମାନ ମଧ୍ୟ କରିଛି ପାଣିପାଗ ବିଭାଗ। ସକାଳ ୭ଟାରୁ ସକାଳ ୯ଟା ପର୍ଯ୍ୟନ୍ତ ହେବ ପାଠପଢା । ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି । ଏନେଇ ଏକ୍ସରେ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା ।

ଅପରପକ୍ଷରେ ଗ୍ରୀଷ୍ମ ପ୍ରବାହ ମୁକାବିଲା ପାଇଁ ଗତ ମଙ୍ଗଳବାର ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜରୁରୀକାଳୀନ ପ୍ରସ୍ତୁତି ବୈଠକ ଡାକିଥିଲେ। ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଅଙ୍ଗନବାଡି ସକାଳୁଆ କରିବାକୁ ନିଷ୍ପତ୍ତି ହୋଇଛି। ଏଥିସହ ସ୍କୁଲ ଗୁଡିକୁ ସକାଳୁଆ କରିବା ପାଇଁ ତୁରନ୍ତ ଜିଲ୍ଲାପାଳ ମାନେ SOP ଜାରି କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ବର୍ତ୍ତମାନ ଅଧିକାଂଶ ଜିଲ୍ଲାରେ ପାରଦ ୪୦ ଡିଗ୍ରୀ ଉପରେ ରହୁଥିବାରୁ ଅସହ୍ୟ ତାତି ଅନୁଭୂତ ହେଲାଣି। ଏହାକୁ ଦୃଷ୍ଟିରେ ରଖି ପିଲାଙ୍କ ସୁରକ୍ଷା ନେଇ କୁନିକୁନି ପିଲାଙ୍କ ପାଇଁ ଅଙ୍ଗନବାଡିକୁ ମଧ୍ୟ ସକାଳୁଆ କରାଯାଇଛି।

ସେହିପରି ବୈଠକରେ ପଞ୍ଚାୟତିରାଜ ବିଭାଗ ପକ୍ଷରୁ ୧୭ ହଜାରରୁ ଅଧିକ ନଳକୂପ ମଞ୍ଜୁର କରାଯାଇଛି । କୌଣସି ଜାଗାରେ ଯେପରି ପାଣି ପାଇଁ ଅସୁବିଧା ନ ହୁଏ, ତାହାକୁ ଦୃଷ୍ଟିରେ ରଖି ସପ୍ତାହକ ମଧ୍ୟରେ ନଳକୂପ ସ୍ଥାପନ ଓ ମରାମତି କରିବା ପାଇଁ ଜିଲ୍ଲାପାଳ ମାନଙ୍କୁ ପଦକ୍ଷେପ ନେବାକୁ କଡା ନିର୍ଦ୍ଦେଶ ଦେଇଥିଲେ । ଯେଉଁସବୁ ଅଞ୍ଚଳରେ ପାନୀୟ ଜଳର ଅଭାବ ପରିଲକ୍ଷିତ ହେଉଛି, ସେ ସବୁ ଅଞ୍ଚଳକୁ ଚିହ୍ନଟ କରି ବୋର୍‌ୱେଲ ଓ ନଳକୂପର ବ୍ୟବସ୍ଥା କରିବା ପାଇଁ ମୁଖ୍ୟମନ୍ତ୍ରୀ ଜିଲ୍ଲାପାଳ ମାନଙ୍କୁ ପରାମର୍ଶ ଦେଇଥିଲେ ।