Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ ହରିଶ ଟଣ୍ଡନ

କଟକ: ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ ହରିଶ ଟଣ୍ଡନ। ତାଙ୍କ ନିଯୁକ୍ତି ନେଇ ସୁପ୍ରିମକୋର୍ଟ କଲେଜିୟମ ପକ୍ଷରୁ ସୁପାରିସ୍ କରାଯାଇଥିଲା। ରାଜ୍ୟପାଳ ହରିବାବୁ କମ୍ଭମପତି ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ପୂର୍ବାହ୍ନ ୧୦ଟାରେ ହାଇକୋର୍ଟ ସମ୍ମିଳନୀ କକ୍ଷରେ ଏନେଇ ସ୍ୱତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। 

ପୂର୍ବରୁ ସେ କଲିକତା ହାଇକୋର୍ଟରେ ବରିଷ୍ଠ ବିଚାରପତି ଭାବେ ଦାୟିତ୍ୱ ସମ୍ପାଦନ କରିଥିଲେ। ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଥିବା ଜଷ୍ଟିସ ଚକ୍ରଧାରୀ ଶରଣ ସିଂ ୧୯ ଜାନୁଆରୀ ୨୦୨୫ରେ ଅବସର ନେଇଥିଲେ । ଯାହା ପରେ ଏହି ପଦବୀ ଖାଲି ପଡ଼ିଥିଲା ।

୧୯୬୪ ମସିହା ନଭେମ୍ବର ୧୬ ରେ ଜଷ୍ଟିସ ଟଣ୍ଡନଙ୍କର ଜନ୍ମ। କଲିକତା ବିଶ୍ଵବିଦ୍ୟାଳୟରୁ ୧୯୮୯ରେ ଏଲଏଲବି ଡିଗ୍ରି ହାସଲ କରିବା ପରେ ୧୯୮୯ ସେପ୍ଟେମ୍ବର ୨୬ରେ ସେ ଆଇନଜୀବୀ ଭାବେ ଯୋଗ ଦେଇଥିଲେ । ସେ ସିଟି ସିଭିଲ୍ କୋର୍ଟ, ଡିଆରଟି ଓ ସୁପ୍ରିମକୋର୍ଟ ମଧ୍ୟ ଆଇନଜୀବୀ ଭାବେ ମାମଲା ପରିଚାଳନା କରିଥିଲେ। ପରେ ୨୦୧୦ ଏପ୍ରିଲ ୧୩ ତାରିଖରେ କଲିକତା ହାଇକୋର୍ଟରେ ତାଙ୍କୁ ବିଚାରପତି ଭାବେ ନିଯୁକ୍ତି ମିଳିଥିଲା ।