ବିଦାୟ ନେଲେ ଅଷ୍ଟମ ଶ୍ରେଣୀ ର ଛାତ୍ର।


କେନ୍ଦୁଝର ଜିଲ୍ଲାରେ ହାଟଡିହି ବ୍ଲକ ଅନ୍ତର୍ଗତ ଶିବନାରାୟଣ ପୁର ପ୍ରାଥମିକ ବିଦ୍ୟାଳୟ ଅଷ୍ଟମ ଶ୍ରେଣୀ ଛାତ୍ର ଛାତ୍ରୀ ଙ୍କ ବିଦାୟ କାଳୀନ ସଭା ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଶ୍ରୀକାନ୍ତ ବିଶ୍ଵାଳ ଙ୍କ ଅଧକ୍ଷ୍ୟତା ର ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବରେ ଶ୍ରୀ ଶରତ କୁମାର ଜେନା ମୁଖ୍ୟ ବକ୍ତା ଭାବେ ଆଞ୍ଚଳିକ ସାଧନା କେନ୍ଦ୍ର ସଂଯୋଜକ ନିହାର ରଞ୍ଜନ ସ୍ୱାଇଁ ସମ୍ମାନିତ ଅତିଥି ଭାବରେ ପରିଚାଳନା କମିଟି ଅଧକ୍ଷ୍ୟ ପ୍ରଭାକର ପଣ୍ଡା ଯୋଗଦେଇ ଛାତ୍ର ଛାତ୍ରୀଶୃଙ୍ଖଳା ସହିତ କାର୍ଯ୍ୟ କରିଥିଲେ। ସଫଳତା ମିଳି ପାରିବ ବୋଲି ସଫଳ ତା ମିଳିପାରିବ ବୋଲି ଛାତ୍ରଛାତ୍ରୀ ମାନଙ୍କୁ ବୁଝାଇ ଥିଲେ। ବରିଷ୍ଟ ଶିକ୍ଷକ ପ୍ରଫୁଲ୍ଲ କୁମାର ମଣ୍ଡଳ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ। ଶିକ୍ଷକ ପଦ୍ମାବତୀ ସାହୁ, ଦେବଜାନୀ ମଲ୍ଲିକ, ଶିକ୍ଷକ ଅଶୋକ କୁମାର ସେଠୀ, ତନ୍ମୟ ପଟ୍ଟନାୟକ, ଆଶିଷ କୁମାର ଜେନା, ଅନ୍ୟ ମାନଙ୍କ ମଧ୍ୟରେ ରମାକାନ୍ତ ସାହୁ ହରେକୃଷ୍ଣ ଜେନା, ମାନସୀ ପାଳ ସଭା କାର୍ଯ୍ୟ ସମ୍ପାଦନ କରି କାର୍ଯ୍ୟକ୍ରମ ରେ ସହୋଜଗ କରିଥିଲେ। ଶେଷର କୁନି ପିଲା ମାନଙ୍କୁ ବିଦାୟ ଦେଇ ଶିକ୍ଷକ ପରିଚାଳନା କମିଟି ଭାବ ବିହ୍ବଳ ହୋଇ ପଡ଼ିଥିଲେ।

ଗଜପତି ଜିଲ୍ଲାରେ କଂଗ୍ରେସର ବନ୍ଦ ପାଳନ ସଫଳ ହୋଇଛି ପାରଳାଖେମୁଣ୍ଡି:୧୭/୭(ଗରୁଡ ଧ୍ଵଜ ଚୌଧୁରୀ): ସମଗ୍ର ଗଜପତି ଜିଲ୍ଲାରେ କଂଗ୍ରେସର ବନ୍ଦ ପାଳନ ଡାକରାକୁ ମିଳିଛି ଜନସମର୍ଥନ. ଗଜପତି ଜିଲ୍ଲାର ଜିଲ୍ଲା ମହକୁମା ପାରଳାଖେମୁଣ୍ଡି ସହର ସମେତ ସମଗ୍ର ଜିଲ୍ଲା ର ମୋଟ 7 ଗୋଟି ବ୍ଲକ ଯଥା ମୋହନା, ଆର. ଉଦୟଗିରି, ନୂଆଗଡ, ରାୟଗଡ, ଗୋଷଣୀ ଓ କାଶୀନଗର ଏନଏସି ଓ ବ୍ଲକ ଅଞ୍ଚଳରେ ସଫଳ ହୋଇଛି ବନ୍ଦ ପାଳନା। ସାରା ଜିଲ୍ଲାରେ ବନ୍ଦ ପାଳନ ଯୋଗୁଁ ଜୀବନ ଯାତ୍ରା ସମ୍ପୂର୍ଣ ବ୍ୟାହତ ହୋଇଛି। ଚକ ଅଖ ବନ୍ଦ ଥିବା ବେଳେ ସମସ୍ତ ସ୍କୁଲ କଲେଜ ସରକାରୀ ବେସରକାରୀ ଅନୁଷ୍ଠାନ ଦୋକାନ ବଜାର, ସରକାରୀ ଅଫିସ ଓ ବ୍ୟାଙ୍କ ଆଦି ସବୁ ବନ୍ଦ ରହିଥିବା ଦେଖିବାକୁ ମିଳିଛି। ରାଜ୍ୟରେ ନାରୀ ନିର୍ଯାତନା ବୃଦ୍ଧି ପାଉଥିବା ବେଳେ ନାରୀକୁ ସୁରକ୍ଷା ଦେବାରେ ବିଜେପି ସରକାର ସମ୍ପୂର୍ଣ୍ଣ ବିଫଳ ହୋଇଛନ୍ତି ବୋଲି ଗଜପତି ଜିଲ୍ଲା କଂଗ୍ରେସ କମିଟିର ସଭାପତି ତଥା ମୋହନା ବିଧାୟକ ଦାଶରଥି ଗମାଙ୍ଗ ପ୍ରକାଶ କରି କହିଛନ୍ତିଯେ, ବାଲେଶ୍ବର ଫକୀରମୋହନ ସ୍ବୟଂ ଶାସିତ ମହାବିଦ୍ୟାଳୟ ଛାତ୍ରୀଙ୍କୁ ସୁରକ୍ଷା ଦେଇ ପାରି ନାହାଁନ୍ତି ସରକାର। ତାଙ୍କ ଅସ୍ଵାଭାବିକ ମୃତ୍ୟୁ ପଛରେ ଥିବା ଦୋଷୀଙ୍କୁ ଦୃଷ୍ଟାନ୍ତମୂଳକ ଦଣ୍ଡ ଦେବା ସହ ପିଡିତାଙ୍କ ପରିବାରକୁ ୫ କୋଟି ସହାୟତା ପ୍ରଦାନ ଦାବି କରିଛନ୍ତି. ଏହି ବନ୍ଦ ପାଳନରେ ଗଜପତି ଜିଲ୍ଲା ସିପିଏମ ଦଳର ଦଣ୍ଡ ପାଣି ରଇତ, ସିପିଆଇର ଶ୍ରୀନିବାସ ବେହେରାଙ୍କ ସମେତ ବହୁ ବାମପନ୍ଥି ସଦସ୍ୟ ଯୋଗ ଦେଇ ବନ୍ଦ ପାଳନକୁ ସମ୍ପୂର୍ଣ ସଫଳ କରିଥିଲେ. କଂଗ୍ରେସ ନେତ୍ରୀ ଜସ୍ମିନ ଶେଖଙ୍କ ସମେତ ବହୁ ନେତା କର୍ମୀ ପାରଳାଖେମୁଣ୍ଡି ଠାରେ ବନ୍ଦ ପାଳନରେ ସାମିଲ ହୋଇଥିଲେ. ବିଜେପି ସରକାରଙ୍କ ବିଫଳତାକୁ ନେଇ ମୁଖ୍ୟମନ୍ତ୍ରୀ ଓ ଉଚ୍ଚ ଶିକ୍ଷା ମନ୍ତ୍ରୀଙ୍କ ଫଟୋଚିତ୍ରକୁ ଦାହ କରିବା ସହ ସେମାନଙ୍କ ଇସ୍ତଫା ଦାବି କରାଯାଇଥିଲା.