Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଜିଲ୍ଲା ସ୍ତରୀୟ ଓଡିଶା ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

ସମ୍ବଲପୁର:ଚଳିତ ବର୍ଷ ଜିଲ୍ଲା ସ୍ତରୀୟ ଓଡିଶା ଦିବସ ପାଳନ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଜିଲ୍ଲାପାଳ ଙ୍କ ସମ୍ମିଳନୀ କକ୍ଷ ଠାରେ ଅତିରିକ୍ତ ଜିଲ୍ଲାପାଳ(ସାଧାରଣ) ଅଶୋକ କୁମାର ଭୋଇ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇଯାଇଛି I ଏହି ବୈଠକ ରେ ଅତିରିକ୍ତ ଜିଲ୍ଲାପାଳ(ସାଧାରଣ) ସୁଧାଂଶୁ କୁମାର ଭୋଇ,ମୁଖ୍ୟ ଜିଲ୍ଲା ଉନ୍ନୟନ ଅଧିକାରୀ ପ୍ରସନ୍ନ କୁମାର ପାତ୍ର, ଉପଜିଲ୍ଲାପାଳ ଡ. ପୁଷ୍ପାଞ୍ଜଳି ପଣ୍ଡାଙ୍କ ସମେତ ଅନ୍ୟ ବିଭାଗୀୟ ଅଧିକାରୀ, ଗଣମାଧ୍ୟମ ପ୍ରତିନିଧି, ଉପସ୍ଥିତ ଥିଲେ I ଜିଲ୍ଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ ସଞ୍ଜୁକ୍ତା କୁଲ୍ଲୁ ଚଳିତ ବର୍ଷ ଓଡିଶା ଦିବସ ପାଳନ ସଂପର୍କରେ ବିଭିନ୍ନ ପ୍ରସ୍ତାବ ଆଗତ କରିଥିଲେ । ବୈଠକର ନିଷ୍ପତ୍ତି ଅନୁସାରେ ଚଳିତ ବର୍ଷ ଜିଲ୍ଲାସ୍ତରୀୟ ଓଡିଶା ଦିବସ ସମ୍ବଲପୁର ସ୍ଥିତ ତପସ୍ଵିନୀ ସମ୍ମିଳନୀ କକ୍ଷ ଠାରେ ପାଳନ କରାଯିବ I ଏପ୍ରିଲ ୧ ତାରିଖ (ଓଡ଼ିଶା ଦିବସ) ଦିନ ପ୍ରତ୍ୟୁଷରୁ ସମ୍ବଲପୁର ସହରରେ ସମ୍ବଲପୁର ଅଞ୍ଚଳରେ ବନ୍ଦେ ଉତ୍କଳ ଜନନୀ ସଂଗୀତ ପରିବେଷଣ କରାଯିବ I ପରେ ସହରରେ ବିଭିନ୍ନ ସ୍ଥାନରେ ଥିବା ବୀରପୁତ୍ର ଙ୍କ ପ୍ରତିମୂର୍ତ୍ତି ରେ ମୁଖ୍ୟ ଅତିଥି ଓ ପ୍ରମୁଖ ପ୍ରଶାସନିକ ଅଧିକାରୀ ଙ୍କ ଦ୍ଵାରା ମାଲ୍ୟାର୍ପଣ କରିବା ସହ ବିଭିନ୍ନ କାର୍ଯ୍ୟକ୍ରମ କରାଯିବ I ଏହି ପରିପ୍ରେକ୍ଷୀ ରେ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ଆଲୋକମାଳାରେ ସୁସଜ୍ଜିତ କରିବେ ବୋଲି ନିଷ୍ପତି ନିଆଯାଇଛି I ପୂର୍ବାହ୍ନ ୧୦ ଘଟିକା ସମୟ ରେ ତପସ୍ଵିନୀ ସମ୍ମିଳନୀ କକ୍ଷ ଠାରେ ସାଧାରଣ ସଭା ଏବଂ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଏହି ଦିବସ ପାଳନ ଅବସରରେ ଛାତ୍ରଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହେବ ଏବଂ ଏଥିରେ ସମସ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟର ଛାତ୍ରଛାତ୍ରୀ ମାନେ ଉକ୍ତ ପ୍ରତିଯୋଗୀତାରେ ଅଂଶଗ୍ରହଣ କରିପାରିବେ I ଅନୁଷ୍ଠିତ ସମସ୍ତ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀଙ୍କୁ ମୁଖ୍ୟ ଉତ୍ସବର ଆୟୋଜିତ କାର୍ଯ୍ୟକ୍ରମ ଠାରେ ପୁରସ୍କୃତ କରାଯିବ ବୋଲି ବିସ୍ତୃତ ଭାବେ ଆଲୋଚନା କରି ନିଷ୍ପତି ନିଆଯାଇଛି I ଏଥିସହ ସମ୍ମିଳନୀ କକ୍ଷ ସାଜସଜ୍ଜା, ଶାନ୍ତିଶ୍ରୁଙ୍ଖଳା ରକ୍ଷା, ପାନୀୟଜଳ ଯୋଗାଣ, ଅଗ୍ମିଶମ ସେବା ବ୍ୟବସ୍ଥା, ପରିଷ୍କାର ପରିଚ୍ଛନ୍ନତା, ଅସ୍ଥାୟୀଶିବିର, ଆମ୍ବୁଲାନ୍ସ ବ୍ୟବସ୍ଥା ନିମନ୍ତେ ସମ୍ପୃକ୍ତ ଅଧିକାରୀ ଙ୍କୁ ଦାୟିତ୍ଵ ଦିଆଯାଇଥିଲା।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ