ବୀରମହାରାଜପୁର : (ସୌମିତ୍ରି ମେହେର) ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଲୁତୁରପଙ୍କ କ୍ଳଷ୍ଟର ଅନ୍ତର୍ଗତ ଘିଚାପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ତଥା ଆମ ସଂସ୍କୃତି ଆମ ଖେଳଣା କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ଦ୍ଵିତୀୟା ଝାଙ୍କରଙ୍କ ସଭାପତିତ୍ବରେ ଅନୁଷ୍ଠିତ ସଭାରେ ସ୍ଥାନୀୟ ବ୍ଲକ ଉପାଧ୍ୟକ୍ଷ ନାରାୟଣ ଲୁହା ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ I ସରପଞ୍ଚ ସୂର୍ଯ୍ୟନାରାୟଣ ନନ୍ଦ , ବିଦ୍ୟାଳୟ ପରିଚାଳନା କମିଟି ସଭାପତି ରାମଚନ୍ଦ୍ର କଲତା , ପୂର୍ବତନ ସଭାପତି ହରିହର ବେହେରା, ପଞ୍ଚସଖା ସେତୁର ସଭାପତି ମାଧବ ନାଏକ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ । ସଂସ୍କୃତି ବଞ୍ଚି ରହିଲେ ଆମ ପରିଚୟ ବଞ୍ଚି ରହିବ ବୋଲି ମୁଖ୍ୟ ଅତିଥି ଓ ଅନ୍ୟ ବକ୍ତାମାନେ ମତବ୍ୟକ୍ତ କରିଥିଲେ । ଶିକ୍ଷକ ମଦନସୁନ୍ଦର ଭୋଇ ସଭାର ସଂଯୋଜନା କରିଥିବାବେଳେ ଶିକ୍ଷୟିତ୍ରୀ ମଞ୍ଜୁଳା ଦାସ ଓ ରଶ୍ମିତା ସାହୁ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ । ଶେଷରେ ଛାତ୍ରଛାତ୍ରୀଙ୍କ ଦ୍ବାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷିତ ହୋଇଥିଲା ।
ଘିଚlପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ପାଳିତ
