Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଏପ୍ରିଲ ୧୪ ଛୁଟି ଘୋଷଣା କଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ: ସରକାରୀ ଚାକିରିଆଙ୍କ ପାଇଁ ଖୁସି ଖବର । ଆସନ୍ତା ଏପ୍ରିଲ ୧୪ ତାରିଖକୁ ଛୁଟି ଘୋଷଣା କଲେ କେନ୍ଦ୍ର ସରକାର । ଏହିଦିନ ଦେଶର ସମସ୍ତ ସରକାରୀ ଅଫିସ୍ ଛୁଟି ରହିବ । ବି.ଆର୍ ଆମ୍ବେଦକରଙ୍କ ଜୟନ୍ତୀ ପାଇଁ ଏହି ଛୁଟି ଘୋଷଣା କରିଛନ୍ତି କେନ୍ଦ୍ର ସରକାର ।

ଏନେଇ କେନ୍ଦ୍ର କାର୍ମିକ ମନ୍ତ୍ରଣାଳୟ ପକ୍ଷରୁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି । ଏହି ଦିନ ଯଦି କୌଣସି ସରକାରୀ ଅଫିସରେ କାମ ଅଛି ତେବେ ଆଗରୁ ସାରି ଦିଅନ୍ତୁ । କାରଣ ଏହିଦିନ ସମସ୍ତ ସରକାରୀ କାର୍ଯ୍ୟାଳୟ ଓ ଶିଳ୍ପାନୁଷ୍ଠାନ ବନ୍ଦ ରହିବ ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ