Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଗଜପତି ଜିଲ୍ଲା ମୋହନା ଓକିଲ ସଂଘ ନିର୍ବାଚନ, ରବିନ୍ଦ୍ର ସଭାପତି ଓ ପଦ୍ମନାଭ ସମ୍ପାଦକ ଭାବେ ନିର୍ବାଚିତ

ପାରଳାଖେମୁଣ୍ଡି:୨୯/୩(ଗରୁଡ଼ ଧ୍ୱଜ ଚୌଧୁରୀ)ଗଜପତି ଜିଲ୍ଲା ମୋହନା ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ଅଦାଲତ ଠାରେ ଥିବା ଓକିଲ ସଂଘ ନିର୍ବାଚନ ଆଜି ଅନୁଷ୍ଠିତ ହୋଇଯାଇଛି। ଏହି ନିର୍ବାଚନ ଶାନ୍ତି ଶୃଙ୍ଖଳା ସହ ଶେଷ ହୋଇଥିବା ଜଣାପଡିଛି। ଆଜିର ଏହି ନିର୍ବାଚନ ରେ ସଭାପତି ଭାବେ ରବିନ୍ଦ୍ର କୁମାର ନାୟକ, ଉପସଭାପତି ଭାବେ ସିମାଞ୍ଚଳ କାର୍ଯି, ସମ୍ପାଦକ ଭାବରେ ପଦ୍ମନାଭ ପତି, ସହ ସମ୍ପାଦକ ସୁଶାନ୍ତ କୁମାର ମଲ୍ଲିକ, କୋଷାଧ୍ୟକ୍ଷ ଜୋସେଫ ମାଝୀ, ପାଠାଗାର ସଭ୍ୟ ଭାବରେ ପ୍ରଭାତ ପାଇକ ନିର୍ବାଚିତ ହୋଇଥିବା ବେଳେ ଉପଦେଷ୍ଟା ମଣ୍ଡଳୀ ସଭ୍ୟ ଭାବରେ ସୁଦର୍ଶନ ସାହୁ ଏବଂ ସନ୍ତୋଷ କୁମାର ପାଢ଼ୀ ମନୋନୀତ ହୋଇଥିବା ଜଣାପଡିଛି। ମୋହନା ଓକିଲ ସଂଘ ରେ ସମୁଦାୟ ୪୦ ଜଣ ଓକିଲ ସଭ୍ୟ, ସଭ୍ୟା ଥିବା ବେଳେ ସଭାପତି ଭାବେ ରବିନ୍ଦ୍ର କୁମାର ନାୟକ ଏବଂ ସମ୍ପାଦକ ଭାବେ ପଦ୍ମନାଭ ପତି ବିପୁଳ ଭୋଟରେ ବିଜୟୀ ହୋଇଥିବା ନିର୍ବାଚନ ଦାୟିତ୍ୱରେ ଥିବା ଅଧିକାରୀ ଘୋଷଣା କରିଥିବା ପ୍ରକାଶ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories

ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ ଅଧିକାରୀଙ୍କ ବଦଳି ଦାବୀ କରି ଆଶା କର୍ମୀଙ୍କ ଧାରଣା ସହ ସରକାରୀ ପ୍ରୋକଷ୍ଠ ରେ ତାଲା ପକାଇଲେପାରଳାଖେମୁଣ୍ଡି:୯/୨(ଗରୁଡ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲାର ଆଦିବାସୀ ଅଧ୍ୟୁଷିତ ବ୍ଲକ ଭାବେ ପରିଚିତ ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅଧିକାରୀ ଙ୍କ ବଦଳି ଦାବି ରେ ଆଶାକର୍ମୀ ଙ୍କ ଧାରଣା l ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ଙ୍କ ସରକାରୀ ପ୍ରକୋଷ୍ଠ ରେ ତାଲା ପକାଇ ପ୍ରକୋଷ୍ଠ ସମ୍ମୁଖରେ ଆଶାକର୍ମୀ ଧାରଣା ଦେଇଛନ୍ତି l ସେମାନଙ୍କ କୌଣସି କାର୍ଯ୍ୟ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ କରୁନଥିବା ଅଭିଯୋଗ କରିଛନ୍ତି ଆଶାକର୍ମୀ l ଯେବେଠାରୁ ଡାକ୍ତର ଜୟ ପଣ୍ଡା ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ଭାବେ ଦାୟିତ୍ୱ ନେଇଛନ୍ତି ସେହି ଦିନ ଠାରୁ ଆଶାକର୍ମୀ ଙ୍କୁ ନିୟମିତ ପାରିଶ୍ରମିକ ମିଳୁନଥିବା ଅଭିଯୋଗ କରିଛନ୍ତି l ପୂର୍ବରୁ ଅନେକ ଥର ପ୍ରଶାସନ ଠାରେ ଦାବି କରିଥିଲେ ମଧ୍ୟ କୌଣସି ସମାଧାନ ହୋଇନି l ଯେତେବେଳେ ପର୍ଯ୍ୟନ୍ତ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ଙ୍କୁ ବଦଳି ହୋଇନି ସେତେବେଳେ ପର୍ଯ୍ୟନ୍ତ ଧାରଣା ଜାରି ରହିବ ବୋଲି ଆଶାକର୍ମୀ ସଂଘ ସଭାନେତ୍ରୀ ଅନୁପମା ନାୟକ,ବ୍ଲକ ସଭାନେତ୍ରୀ ସଙ୍ଗୀତା ନାୟକ ଚେତାବନୀ ଦେଇଛନ୍ତି l