Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଜିଲ୍ଲାସ୍ତରୀୟ ଆନ୍ତର୍ଜାତୀୟ ତୃତୀୟ ଲିଙ୍ଗ ଦୃଶ୍ୟ ମାନତା ଏକ ଦିବସୀୟ କର୍ମଶାଳା ଅନୁଷ୍ଠିତ

ପାରଳାଖେମୁଣ୍ଡି:୩୧/୩(ଗରୁଡ଼ ଧ୍ୱଜ ଚୌଧୁରୀ) ଗଜପତି ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଦ୍ୱାରା ଜିଲ୍ଲା ସ୍ତରୀୟ ତୃତୀୟ ଲିଙ୍ଗୀ ଦୃଶ୍ୟମାନତା ଦିବସ-୨୦୨୫ ସ୍ଥାନୀୟ ଗ୍ରାମୀଣ ଆତ୍ମ ନିଯୁକ୍ତି ପ୍ରଶିକ୍ଷଣଅନୁଷ୍ଠାନ ,ପାରଳାଖେମୁଣ୍ଡି ଠାରେ ଆୟୋଜନ ହୋଇଯାଇଅଛି । ଉକ୍ତ କାର୍ଯ୍ୟକ୍ରମରେ ଶ୍ରୀ ଅନୁପ ପଣ୍ଡା, ଉପ-ଜିଲ୍ଲାପାଳ, ପାରଳାଖେମୁଣ୍ଡିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବରେ ଶ୍ରୀଯୁକ୍ତ ଲୋକନାଥ ଶବର, ଗୋଷ୍ଠୀ ଉନ୍ନୟନ ଅଧିକାରୀ , ନୂଆଗଡ, ଶ୍ରୀଯୁକ୍ତ ଲକ୍ଷ୍ମଣ କୁମାର ମୁର୍ମୁ , ନିର୍ବାହୀ ଅଧିକାରୀ, ପୌରପରିଷଦ, ପାରଳାଖେମୁଣ୍ଡି, ଶ୍ରୀମତୀ ପି.ସୁନିତା, ପରିଚାଳିକା, SWWS ସ୍ଵେଛା ସେବୀ ସଂଗଠନ, ଜସ୍ମିନ ଶେଖ ଓ ମଧୁ ବରାଡ ପ୍ରମୁଖ ମଞ୍ଚାସୀନ ହୋଇଥିଲେ । ଶ୍ରୀଯୁକ୍ତ ସନ୍ତୋଷ କୁମାର ନାୟକ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ସମସ୍ତ କାର୍ଯ୍ୟକୁ ପରିଚାଳନା କରିଥିଲେ । ଉକ୍ତ କାର୍ଯକ୍ରମରେ ତୃତୀୟ ଲିଙ୍ଗୀଙ୍କ ନିମନ୍ତେ ବିଭିନ୍ନ ସରକାରୀ ଯୋଜନା ଓ ଅଧିନୀୟମର ଆଲୋଚନା ଚକ୍ର ହୋଇଥିଲା । ଏହି କାର୍ଯକ୍ରମରେ ଜିଲ୍ଲାର ବିଭିନ୍ନ ପ୍ରାନ୍ତରୁ ତୃତୀୟ ଲିଙ୍ଗୀ ବ୍ୟକ୍ତିବିଶେଷ, ଜିଲ୍ଲା ଓ ବ୍ଲକର ସାମାଜିକ ସୁରକ୍ଷା ବିଭାଗର ସମସ୍ତ କର୍ମଚାରୀବୃନ୍ଦ, ସ୍ଵେଛାସେବୀ ସଂଗଠନର କର୍ମକର୍ତା ଯୋଗ ଦେଇଥିଲେ । ଶେଷରେ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରି ସଭା ଶେଷ କରିଥିଲେ ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories

ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ ଅଧିକାରୀଙ୍କ ବଦଳି ଦାବୀ କରି ଆଶା କର୍ମୀଙ୍କ ଧାରଣା ସହ ସରକାରୀ ପ୍ରୋକଷ୍ଠ ରେ ତାଲା ପକାଇଲେପାରଳାଖେମୁଣ୍ଡି:୯/୨(ଗରୁଡ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲାର ଆଦିବାସୀ ଅଧ୍ୟୁଷିତ ବ୍ଲକ ଭାବେ ପରିଚିତ ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅଧିକାରୀ ଙ୍କ ବଦଳି ଦାବି ରେ ଆଶାକର୍ମୀ ଙ୍କ ଧାରଣା l ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ଙ୍କ ସରକାରୀ ପ୍ରକୋଷ୍ଠ ରେ ତାଲା ପକାଇ ପ୍ରକୋଷ୍ଠ ସମ୍ମୁଖରେ ଆଶାକର୍ମୀ ଧାରଣା ଦେଇଛନ୍ତି l ସେମାନଙ୍କ କୌଣସି କାର୍ଯ୍ୟ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ କରୁନଥିବା ଅଭିଯୋଗ କରିଛନ୍ତି ଆଶାକର୍ମୀ l ଯେବେଠାରୁ ଡାକ୍ତର ଜୟ ପଣ୍ଡା ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ଭାବେ ଦାୟିତ୍ୱ ନେଇଛନ୍ତି ସେହି ଦିନ ଠାରୁ ଆଶାକର୍ମୀ ଙ୍କୁ ନିୟମିତ ପାରିଶ୍ରମିକ ମିଳୁନଥିବା ଅଭିଯୋଗ କରିଛନ୍ତି l ପୂର୍ବରୁ ଅନେକ ଥର ପ୍ରଶାସନ ଠାରେ ଦାବି କରିଥିଲେ ମଧ୍ୟ କୌଣସି ସମାଧାନ ହୋଇନି l ଯେତେବେଳେ ପର୍ଯ୍ୟନ୍ତ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ଙ୍କୁ ବଦଳି ହୋଇନି ସେତେବେଳେ ପର୍ଯ୍ୟନ୍ତ ଧାରଣା ଜାରି ରହିବ ବୋଲି ଆଶାକର୍ମୀ ସଂଘ ସଭାନେତ୍ରୀ ଅନୁପମା ନାୟକ,ବ୍ଲକ ସଭାନେତ୍ରୀ ସଙ୍ଗୀତା ନାୟକ ଚେତାବନୀ ଦେଇଛନ୍ତି l