Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

କାଳବୈଶାଖୀ ବର୍ଷା; ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

CREATOR: gd-jpeg v1.0 (using IJG JPEG v62), quality = 82

ଆଜିଠୁ ରାଜ୍ୟରେ କାଳବୈଶାଖୀ ବର୍ଷା। ଆସନ୍ତା ୧୨ ତାରିଖ ଯାଏ ରାଜ୍ୟରେ ବର୍ଷା ସମ୍ଭାବନା। ବିଜୁଳି, ଘଡ଼ଘଡ଼ି ବର୍ଷା ପାଇଁ ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଏସବୁ ଜିଲ୍ଲାରେ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିପାରେ ।

ଉପକୂଳ ଓଡ଼ିଶା ସମେତ ମୟୂରଭଂଜ, କେନ୍ଦୁଝର, ସୁନ୍ଦରଗଡ଼ ରାୟଗଡ଼ା, କୋରାପୁଟ, ମାଲକାନଗିରି ଏବଂ ନବରଙ୍ଗପୁର ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଏବଂ ପବନ ସମ୍ଭାବନା ରହିଛି। ଆସନ୍ତାକାଲି ପାଇଁ ୯ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର।ସେହିପରି ୧୦ ତାରିଖ ପାଇଁ ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଉତ୍ତର ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ କାଳବୈଶାଖୀ ବର୍ଷା ହୋଇପାାରେ। ଆସନ୍ତା ୩ ଦିନ ମଧ୍ୟରେ ଆହୁରି ୪ ଡିଗ୍ରୀ ତାପମାତ୍ରା ହ୍ରାସ ହେବାର ସମ୍ଭାବନା ରହିଛି ।

ଏପଟେ ପଶ୍ଚିମ ଓଡ଼ିଶାରେ ଜାରି ରହିଛି ଗ୍ରୀଷ୍ମପ୍ରବାହ । ୪୦ ଡିଗ୍ରୀ ପାଖାପାଖି ରହୁଛି ପ୍ରାୟ ସହରର ତାପମାତ୍ରା । ବୌଦ୍ଧ ଜିଲ୍ଲାରେ ଲଗାତାର ସର୍ବୋଚ୍ଚ ତାପମାତ୍ରା ରେକର୍ଡ ହେଉଛି ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ