Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ କନ୍ଦାଗଡ଼ ର ପଥର ଶିଳ୍ପୀ ଙ୍କୁ ସମ୍ବର୍ଦ୍ଧିତ।

କଳାହାଣ୍ଡି:୧୨/୦୪
ଓଡ଼ିଆ ପକ୍ଷ ପାଳନ ଅବସରରେ ଶନିବାର ଜିଲ୍ଲାପାଳ ଙ୍କ ସମ୍ମିଳନୀ କକ୍ଷରେ ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଆୟୋଜିତ “ଓଡ଼ିଶାର ବରପୁତ୍ର ମାନଙ୍କ ଉପରେ ଆଲୋଚନା ଚକ୍ର” କାର୍ଯ୍ୟକ୍ରମ ରେ କୋକସରା ବ୍ଲକ ଆମପାଣି ପଞ୍ଚାୟତ ର ପଥର ଶିଳ୍ପୀ ଗ୍ରାମ କନ୍ଦାଗଡ ର ବରିଷ୍ଠ ପଥର ଶିଳ୍ପୀ ଗୋବିନ୍ଦ ମାଝିଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ମା ମାଣିକେଶ୍ଵରୀ ବିଶ୍ଵବିଦ୍ୟାଳୟର କୁଳପତି ଡ ନିବେଦିତା ନାଥ ଯୋଗଦେଇଥିବା ବେଳେ ଅତିରିକ୍ତ ଜିଲ୍ଲାପାଳ ତନ୍ମୟ କୁମାର ଦରୱାନ ସମ୍ମାନିତ ଅତିଥି ଭାବରେ ଯୋଗ ଦେଇଥିଲେ। ସମ୍ମାନିତ ବକ୍ତା ଭାବରେ ଅଧ୍ୟାପକ ଡୋଳାମଣି ଧରୁଆ, ଅଧ୍ୟାପକ ପରମେଶ୍ବର ମୁଣ୍ଡ, ଅଧ୍ୟାପକ ମୋହନ ଚରଣ ବିଶି, ଶିକ୍ଷାବିତ୍ ତଥା ବିଶିଷ୍ଟ ନାଟ୍ୟକାର ଡ଼ ଉମେଶ ଚନ୍ଦ୍ର ଶତପଥୀ ଓ କେନ୍ଦ୍ର ସାହିତ୍ୟ ଏକାଡେମୀ ଯୁବ ପୁରସ୍କାର ପ୍ରାପ୍ତ ଗାଳ୍ପିକ ଡିଲେଶ୍ୱର ରଣା ଯୋଗ ଦେଇଥିଲେ। ଆଲୋଚନା ଚକ୍ରରେ ଓଡ଼ିଶାର ବରପୁତ୍ର ଉତ୍କଳମଣି ଗୋପବନ୍ଧୁ ଦାସ, ଉତ୍କଳ ଗୌରବ ମଧୁସୁଦନ ଦାସ, ସହିଦ ରେଣ୍ଡୋ ମାଝୀ, ବିଶିଷ୍ଟ ସାହିତ୍ୟିକ ପ୍ରଫେସର ଭୁବନେଶ୍ୱର ବେହେରା ଓ ଉପେନ୍ଦ୍ର ଭଞ୍ଜ ପୁରସ୍କାର ପ୍ରାପ୍ତ ନାଟ୍ୟରଶ୍ମୀ ପ୍ରଫୁଲ୍ଲ ରଥ ଙ୍କ ଉପରେ ସମ୍ମାନିତ ବକ୍ତା ମାନେ ବକ୍ତବ୍ୟ ପ୍ରଦାନ କରିଥିଲେ। ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ହଳଧର ନିଆଲ ସ୍ବାଗତ ଭାଷଣ ଓ ଧନ୍ୟବାଦ ଅର୍ପଣ କରିଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories