Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

କାଳବୈଶାଖୀ ବର୍ଷା; ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

CREATOR: gd-jpeg v1.0 (using IJG JPEG v62), quality = 82

ଭୁବନେଶ୍ୱର: ଆସନ୍ତା ୧୭ ତାରିଖ ଯାଏଁ ବର୍ଷିବ କାଳବୈଶାଖୀ ବର୍ଷା । ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବ। ଏନେଇ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ଆଜି ପାଇଁ ରାଜ୍ୟର ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣି ଜାରି କରିଛି ପାଣିପାଗ ବିଭାଗ।

ଜିଲ୍ଲା ଗୁଡିକ ମଧ୍ୟରେ ରହିଛି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ମୟୂରଭଞ୍ଜ ଓ କେନ୍ଦୁଝର। ବିଜୁଳି ଘଡ଼ଘଡ଼ି ସାଙ୍ଗକୁ ପ୍ରବଳ ବର୍ଷା ଓ ୪୦-୫୦ କିଲୋମିଟର ବେଗରେ ପବନ ବହିବା ନେଇ ପୂର୍ବାନୁମାନ କରିଛି ବିଭାଗ।ସେହିପରି ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ, ରାୟଗଡା, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର ଓ ମୟୂରଭଞ୍ଜର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକା କିମ୍ବା ମଧ୍ୟମ ଧରଣର ବର୍ଷା ସମେତ ବଜ୍ରପାତ ହେବାର ସମ୍ଭାବନା ରହିଛି।

ତେବେ ଆସନ୍ତା ୧୭ ତାରିଖ ଯାଏଁ ଏଭଳି ସ୍ଥିତି ଲାଗି ରହିବ । ଯାହା ଫଳରେ ତାପମାତ୍ରା ୨ରୁ ୩ ଡିଗ୍ରୀ କମିବା ନେଇ ପାଣିପାଗ ବିଭାଗର ପୂର୍ବାନୁମାନ।