Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ଓଡ଼ିଆ ନୂଆବର୍ଷ କ୍ୟାଲେଣ୍ଡର ଲୋକାର୍ପିତ

ଭୁବନେଶ୍ୱର: ଓଡ଼ିଆ ନୂଆବର୍ଷ କ୍ୟାଲେଣ୍ଡର ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏହା ପ୍ରକାଶିତ ହୋଇଛି। ମହାପ୍ରଭୁଙ୍କ ଦର୍ଶନ ଓ ଆର୍ଶୀବାଦ ନେବାପାଇଁ ସକାଳୁ ସକାଳୁ ଶ୍ରୀମନ୍ଦିର ଗଲେ ମୁଖ୍ୟମନ୍ତ୍ରୀ।

ସିଂହଦ୍ଵାର ନିକଟରେ ପହଞ୍ଚିବା ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଓ ସେବାୟତଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ସ୍ୱାଗତ କରାଯାଇଥିଲା। ଏହି ଅବସରରେ ରାଜ୍ୟ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ, ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଓ ଶ୍ରୀମନ୍ଦିର ପ୍ରଶାସକ ଡକ୍ଟର ଅରବିନ୍ଦ ପାଢୀ ପ୍ରମୁଖ ଉପସ୍ଥିତ ଥିଲେ। 

ତେବେ ଓଡ଼ିଆ ନବବର୍ଷ କ୍ୟାଲେଣ୍ଡର ୨୦୨୫:୨୦୨୬ ବର୍ଷର ଅନୁଯାୟୀ ଶ୍ରୀମନ୍ଦିରରେ ପର୍ବପର୍ବାଣୀ ଓ ଯାନିଯାତ୍ରା କ୍ୟାଲେଣ୍ଡର ଲୋକାର୍ପଣ ଉତ୍ସବ ଅନୁଷ୍ଠିତ ହେବ।