Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

କାଳବୈଶାଖୀ ବର୍ଷା ନେଇ ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

CREATOR: gd-jpeg v1.0 (using IJG JPEG v62), quality = 82

ଭୁବନେଶ୍ବର: ପଶ୍ଚିମାଝଡ଼ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା। କାଳବୈଶାଖୀ ବର୍ଷା ନେଇ ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି। ଏହା ପ୍ରଭାବରେ ୧୭ ତାରିଖ ଯାଏ କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ସହ ବିଜୁଳି ଘଡ଼ଘଡ଼ ଓ କୁଆପଥର ମାଡ଼ ନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର ।

ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ବାଲେଶ୍ୱର ଓ ଭଦ୍ରକରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ତେବେ ଏହିସବୁ ସ୍ଥାନରେ ୪୦ରୁ ୫୦ କିମି ବେଗରେ ପବନ ବି ବହିବାର ସମ୍ଭାବନା ରହିଛି। ସେହିପରି ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

୧୬ରେ ଉପକୂଳ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ସେହିପରି ଆସନ୍ତା ୧୭ ପର୍ଯ୍ୟନ୍ତ କାଳବୈଶାଖୀ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।