ଓଡ଼ିଶା ଡଟ୍ ନ୍ୟୁଜ୍: ବଲାଙ୍ଗୀର ପାଟଣାଗଡ଼ ପର୍ଶୁରାମ ଛକରେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କୁ ଅସମ୍ମାନ । ଜାଳି ଦେଲେ ବିଜୁ ବାବଙ୍କୁ ପ୍ରତିମୂର୍ତ୍ତି । ପ୍ରତିମୂର୍ତ୍ତି ସ୍ଥାପନ ନେଇ ବିବାଦ ଥିବା ବେଳେ କେହି ଦୁର୍ବୃତ୍ତ ଏଥିରେ ନିଆଁ ଲଗାଇ ଦେଇଛି । ବିବାଦୀୟ ସ୍ଥାନ ପର୍ଶୁରାମ ଛକରେ ମୂର୍ତ୍ତି ସ୍ଥାପନ ନେଇ ପୂର୍ବରୁ ବିରୋଧ ହୋଇ ଆସୁଥିଲା । ପୂର୍ବତନ ବିଧାୟକ ସରୋଜ ମେହେର ବିଜୁ ପ୍ରତିମୂର୍ତ୍ତି ସ୍ଥାପନା କରିବାକୁ ଯାଉଥିବା ବେଳେ ଏହାକୁ ବ୍ରାହ୍ମଣ ସମାଜ ବିରୋଧ କରିଥିଲେ ।
ସେହି ସ୍ଥାନରେ ପର୍ଶୁରାମ ମୂର୍ତ୍ତି ପ୍ରତିଷ୍ଠା ପାଇଁ ଜିଦ୍ କରିଥିଲେ । ଏପରିକି ମାସେ ପର୍ଯ୍ୟନ୍ତ ଧାରଣାରେ ବସିଥିଲେ ବ୍ରାହ୍ମଣ ସମାଜ । ଶେଷରେ ପ୍ରଶାସନର ନିର୍ଦ୍ଦେଶରେ ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିକୁ ଜରି ଗୁଡା ହୋଇ ରଖାଯାଇଥିଲା । ହେଲେ ଏବେ କେହି ଦୁର୍ବୃତ୍ତ ଆଜି ସକାଳୁ ପ୍ରତିମୂର୍ତ୍ତିକୁ ଜାଳି ଦେଇଥିବା ଦେଖିବାକୁ ମିଳିଛି ।
ପ୍ରତିମୂର୍ତ୍ତିକୁ ଜାଳିବା ନେଇ କେହି ଉସୁକାଇଥିବା ଲୋକେ ଅଭିଯୋଗ କରିଛନ୍ତି । ସେପଟେ ବିଜୁ ପ୍ରତିମୂର୍ତ୍ତି ଜଳିଯିବା ପରେ ପାଟଣାଗଡ ଏନ୍ଏସି ପକ୍ଷରୁ ତୁରନ୍ତ ଜାଳି ଯାଇଥିବା ପ୍ରତିମୂର୍ତ୍ତିକୁ ସଫେଇ କରାଯାଉଛି । ଘଟଣାରେ କାହାର ସମ୍ପୃକ୍ତି ରହିଛି, କିଏ ଓ କାହିଁକି ନିଆଁ ଲଗାଇଲା ସେ ନେଇ ପୋଲିସ ତଦନ୍ତ ଆରମ୍ଭ କରିଛି ।