୨ହଜାର ନୂଆ ଟ୍ରାଫିକ୍ ପଦବିକୁ ସରକାରଙ୍କ ମଞ୍ଜୁରି ମିଳିଛି । ନୂଆ ପଦବିକୁ ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ରାଜ୍ୟ ସ୍ତରରେ ୭୦, ଜିଲ୍ଲା ସ୍ତରରେ ୧୯୩୦ ପଦବି ସୃଷ୍ଟି ହୋଇଛି । ସୁଦୃଢ ହେବ ଟ୍ରାଫିକ୍ ଓ ସଡକ ସୁରକ୍ଷା ଶାଖା ।
ରାଜ୍ୟରେ ଟ୍ରାଫିକ୍ ଏବଂ ସଡ଼କ ସୁରକ୍ଷା ବ୍ୟବସ୍ଥାକୁ ଶୃଙ୍ଖଳିତ ଓ ସୃଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ରାଜ୍ୟର ଟ୍ରାଫିକ୍ ଶାଖାରେ ୨ ହଜାର ନୂତନ ପଦବି ସୃଷ୍ଟି କରିବା ପାଇଁ ଅନୁମୋଦନ ଦେଇଛନ୍ତି ।
ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ ରାଜ୍ୟସ୍ତରୀୟ ଟ୍ରାଫିକ୍ ବ୍ୟବସ୍ଥାରେ ୭୦ଟି ନୂତନ ପଦବି ହୋଇଥିବା ବେଳେ ଜିଲ୍ଲାସ୍ତରୀୟ ସେଟ-ଅପ୍ରେ ୧୯୩୦ଟି ପଦବି ସୃଷ୍ଟି ହୋଇଛି । ରାଜ୍ୟ ସ୍ତରୀୟ ସେଟ-ଅପ୍ରେ ନିମ୍ନଲିଖିତ ଭାବେ ପଦବି ସୃଷ୍ଟି କରାଯାଇଛି ।
ADGP/IGP ଗୋଟିଏ ପଦବି, DIG (ପୋଲିସ) ଗୋଟିଏ ପଦବି, SP ୨ ଟି ପଦବି, DSP ୪ ଟି, Inspector ୬ ଟି, SI ୮ ଟି, ASI ୮ ଟି, କନେଷ୍ଟବଳ ୨୨ ଟି, ଡ୍ରାଇଭର ୧୦ ଟି, ଏଷ୍ଟାବ୍ଲିସମେଣ୍ଟ ଅଫିସର ଗୋଟିଏ, ସେକ୍ସନ ଅଫିସର ଗୋଟିଏ, ଏ.ଏସ୍.ଓ ୩ ଟି ଓ ଜୁନିଅର ଆସିଷ୍ଟାଣ୍ଟ ପାଇଁ ୩ ଟି ପଦବି ସୃଷ୍ଟି ହୋଇଛି । ସମୁଦାୟ ୭୦ଟି ପଦବି ସୃଷ୍ଟି ହୋଇଛି ।
ସେହିପରି ଜିଲ୍ଲାସ୍ତରୀୟ ସେଟ-ଅପ୍ରେ ନିମ୍ନଲିଖିତ ଭାବେ ପଦବି ସୃଷ୍ଟି କରାଯାଇଛି ।
ଡି.ଏସ୍.ପି. ୫ଟି ପଦବି, Inspector ୪୧ଟି ପଦବି, ସବ୍- ଇନ୍ସପେକ୍ଟର ୮୩ ଟି ପଦବି, ଏ.ଏସ୍.ଆଇ. ୮୩ଟି ପଦବି, ହାବିଲ୍ଦାର ୩୧୦ ଓ କନେଷ୍ଟବଳ ପାଇଁ ୧୪୦୮ଟି ପଦବି ସୃଷ୍ଟି କରାଯାଇଛି । ସମୁଦାୟ ୧୯୩୦ ଟି ପଦବି ସୃଷ୍ଟି ହୋଇଛି । ଏହାଦ୍ୱାରା ରାଜ୍ୟର ଟ୍ରାଫିକ୍ ବ୍ୟବସ୍ଥା ସୁଦୃଢ଼ ହେବ ଏବଂ ସଡକ ସୁରକ୍ଷା କ୍ଷେତ୍ରରେ ଓଡ଼ିଶା ଏକ ଅଗ୍ରଣୀ ରାଜ୍ୟ ଭାବେ ଅନ୍ୟ ରାଜ୍ୟମାନଙ୍କ ପାଇଁ ଅନୁକରଣୀୟ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି ।