Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ସରୋଜ କମ୍ପ ହେଲେ ସୁବର୍ଣ୍ଣପୁର ଜିଲ୍ଲା ବିଜେଡି ସଭାପତି

ସୁବର୍ଣ୍ଣପୁର ( ରାଜ କିଶୋର ତ୍ରିପାଠୀ ) ବିଜେଡିର ସାଙ୍ଗଠନିକ ନିର୍ବାଚନ ପ୍ରକ୍ରିୟା କ୍ରମେ ୧୮ଜଣ ଜିଲ୍ଲା ସଭାପତିଙ୍କ ନାମ ଘୋଷଣା ହୋଇଯାଇଛି। ଏହି ୧୮ଟି ଜିଲ୍ଲାରେ ସଭାପତି ପଦ ପାଇଁ ଜଣେ ଲେଖାଏ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଥିବାରୁ ସେମାନେ ନିର୍ଦ୍ଦନ୍ଦ୍ବରେ ନିର୍ବାଚିତ ହୋଇଛନ୍ତି। ସୁବର୍ଣ୍ଣପୁର ଜିଲ୍ଲାରୁ ତରଭା ବ୍ଲକ ଅଧ୍ୟକ୍ଷ ସରୋଜ କମ୍ପ ପୁଣିଥରେ ବିଜୁ ଜନତା ଦଳର ସୁବର୍ଣ୍ଣପୁର ଜିଲ୍ଲା ସଭାପତି ନିର୍ବାଚିତ ହୋଇଛନ୍ତି। ଏ ସମ୍ପର୍କରେ ବିଜେଡିର ରାଜ୍ୟ ନିର୍ବାଚନ ଅଧିକାରୀ ପ୍ରତାପ କେଶରୀ ଦେବ ମଙ୍ଗଳବାର ଘୋଷଣା କରିଛନ୍ତି। ଶ୍ରୀ କମ୍ପ ଚଳିତ ଥରକୁ ମିଶାଇ ଚତୁର୍ଥ ଥର ପାଇଁ ଜିଲ୍ଲା ସଭାପତି ଭାବରେ ନିଯୁକ୍ତ ହୋଇଛନ୍ତି ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ