Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

୨୬ ଯାଏଁ ତାତିରୁ ନାହିଁ ନିସ୍ତାର, କଲବଲ ହେବେ ଲୋକେ

ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ।ଅସହ୍ୟ ଗରମ ସାଙ୍ଗକୁ ଗୁଳୁଗୁଳିରେ ଅସ୍ତବ୍ୟସ୍ତ ହେଉଛି ଜନଜୀବନ। ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ୨୬ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଏଭଳି ସ୍ଥିତି ଜାରି ରହିବ।

ଉପକୂଳରେ ତାତି ସାଙ୍ଗକୁ ଗୁଳୁଗୁଳି ସହ ପଶ୍ଚିମ ଓଡ଼ିଶାରେ ଭୀଷଣ ଗ୍ରୀଷ୍ମ ପ୍ରବାହ ସ୍ଥିତି ଉତ୍ପନ୍ନ ହେବ। ତେବେ ଶୁକ୍ରବାର ବୌଦ୍ଧ, ବଲାଙ୍ଗୀର, ସୁନ୍ଦରଗଡ଼, ସମ୍ବଲପୁର, ବରଗଡ଼, ସୋନପୁରରେ ଗ୍ରୀଷ୍ମ ପ୍ରବାହ ନେଇ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

ପାଣିପାଗ ବିଭାଗର ସୂଚନା ଅନୁଯାୟୀ ୨୫ ଓ ୨୬ ତାରିଖରେ ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିବ। ଯେତେବେଳେ କି ଗୁରୁବାର ରାଜ୍ୟର ୧୬ଟି ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ସେଲସିୟସ୍ ପାର୍ କରିଥିଲା। ସେଥିରୁ ୧୩ଟି ସ୍ଥାନରେ ପାରଦ ୪୨ ଡିଗ୍ରୀ ଉପରେ ରହିଥିଲା।

ତେବେ ୨୬ ତାରିଖଠାରୁ ପଶ୍ଚିମା ଝଡ଼ ସକ୍ରିୟ ହେବାର ସମ୍ଭାବନା ଥିବାରୁ ରାଜ୍ୟରେ କାଳବୈଶାଖୀ ଜନିତ ବର୍ଷା ନେଇ ଆକଳନ କରାଯାଇଛି। ୨୭ ଓ ୨୮ରେ ବିସ୍ତୃତ ଅଞ୍ଚଳରେ ଘଡ଼ଘଡ଼ି ଓ ପବନ ସହ ବର୍ଷା ହୋଇପାରେ। ସେହିପରି ଓଡ଼ିଶାରେ ୨୮ ତାରିଖରେ କୁଆପଥର ବର୍ଷା ସମ୍ଭାବନା ଅଛି।ପ୍ରାୟ ୪-୫ ଦିନ ପର୍ଯ୍ୟନ୍ତ ଏହାର ପ୍ରଭାବ ଜାରି ରହିବ। ଏହା ପ୍ରଭାବରେ ରାଜ୍ୟରେ ଗରମରୁ ଆଶ୍ୱସ୍ତି ମିଳିବା ସମ୍ଭାବନା ଅଛି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ