Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ବିଶାଖାପାଟଣାରେ ଭୁଶୁଡ଼ିଲା ମନ୍ଦିର କାନ୍ଥ, ୭ ମୃତ

ବିଶାଖାପାଟଣା: ଆନ୍ଧ୍ରପ୍ରଦେଶର ବିଶାଖାପାଟଣାରେ ଏକ ବଡ଼ ଦୁର୍ଘଟଣା ଘଟିଛି। ବିଶାଖାପାଟଣାର ଶ୍ରୀ ବରାହ ଲକ୍ଷ୍ମୀ ନରସିଂହ ସ୍ୱାମୀ ମନ୍ଦିରର ଏକ କାନ୍ଥ ଭୁଶୁଡ଼ି ପଡ଼ିବାରୁ ୭ ଜଣଙ୍କର ମୃତ୍ୟୁ ଘଟିଛି। ଏଥିରେ ଅନେକ ଶ୍ରଦ୍ଧାଳୁ ଆହତ ମଧ୍ୟ ହୋଇଛନ୍ତି।

ଶ୍ରୀ ବରାହ ଲକ୍ଷ୍ମୀ ନରସିଂହ ସ୍ୱାମୀ ମନ୍ଦିରରେ ଚନ୍ଦନୋତ୍ସବ କାର୍ଯ୍ୟକ୍ରମ ଚାଲିଥିଲା। ଏହି ସମୟରେ ମନ୍ଦିରର ୨୦ ଫୁଟ ଲମ୍ବା ଅଂଶ ଭୁଶୁଡ଼ି ପଡ଼ିଥିଲା। ଦୁର୍ଘଟଣାରେ ଆହତ ହୋଇଥିବା ଲୋକମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ଏବଂ ଉଦ୍ଧାର କାର୍ଯ୍ୟ ମଧ୍ୟ ଜାରି ରହିଛି।

ସୂଚନା ଅନୁଯାୟୀ, ବୁଧବାର ଭୋର୍ ସମୟରେ ବିଶାଖାପାଟଣାର ମନ୍ଦିରରେ ଚନ୍ଦନୋତ୍ସବ ଚାଲିଥିଲା। ଏହି ସମୟରେ ବହୁ ସଂଖ୍ୟକ ଭକ୍ତ ଉପସ୍ଥିତ ଥିଲେ। ଏହି ସମୟରେ ମନ୍ଦିରର ୨୦ ଫୁଟ ଲମ୍ବା ଅଂଶ ଭୁଶୁଡ଼ି ପଡ଼ିଥିଲା ଏବଂ ଅନେକ ଲୋକ ଗୁରୁତର ଆହତ ହୋଇଥିଲେ।

ଘଟଣାସ୍ଥଳରେ NDRF ଏବଂ SDRF ଉପସ୍ଥିତ ଅଛନ୍ତି। ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ଘଟଣା ବିଷୟରେ ସୂଚନା ପାଇବା ମାତ୍ରେ ଆମେ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚିଥିଲେ ଉଦ୍ଧାରକାରି ଦଳ।” ଆନ୍ଧ୍ର ପ୍ରଦେଶର ଗୃହମନ୍ତ୍ରୀ ଭାଙ୍ଗାଲାପୁଡି ଅନିତା ମଧ୍ୟ ଘଟଣାସ୍ଥଳରେ ଉପସ୍ଥିତ ଅଛନ୍ତି। ସେ କହିଛନ୍ତି, “ଏହା ଏକ ଅତ୍ୟନ୍ତ ଦୁର୍ଭାଗ୍ୟଜନକ ଘଟଣା, ସରକାର ଉଦ୍ଧାର କାର୍ଯ୍ୟକୁ ତୀବ୍ର କରିଛନ୍ତି।”ଏହି ଘଟଣାରେ ସାତ ଜଣଙ୍କର ମୃତ୍ୟୁ ହୋଇଥିଲା। ଆହତମାନଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନା ପଠାଯାଇଛି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ