Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଆଜିଠୁ ୩ ମାସ ଯାଏ ପର୍ଯ୍ୟଟକଙ୍କ ଲାଗି ଭିତରକନିକା ବନ୍ଦ

କେନ୍ଦ୍ରାପଡ଼ା: ଆଜିଠୁ ପର୍ଯ୍ୟଟକଙ୍କ ଲାଗି ଭିତରକନିକା ବନ୍ଦ। ୩ ମାସ ଯାଏ ଭିତରକନିକା ବୁଲିପାରିବେନି ପର୍ଯ୍ୟଟକ। ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ ଭିତରକନିକା।

ଭିତରକନିକାରେ ପ୍ରବାହିତ ନଦୀ ନାଳରେ ବସବାସ କରୁଥିବା ବଉଳା କୁମ୍ଭୀରଙ୍କ ପ୍ରଜନନ ଋତୁ ପାଖେଇ ଆସୁଛି। ଏହି ସମୟରେ ପ୍ରଜନନ ପାଇଁ ବଉଳା କୁମ୍ଭୀର ହିଂସ୍ର ହେଉଥିବାରୁ ପର୍ଯ୍ୟଟକମାନଙ୍କୁ ଆକ୍ରମଣ କରିବାର ଆଶଙ୍କା ରହିଛି। ଏହାକୁ ଆଖି ଆଗରେ ରଖି ଉଭୟ ପର୍ଯ୍ୟଟକ ଓ କୁମ୍ଭୀରଙ୍କ ସୁରକ୍ଷା ଦୃଷ୍ଟିରୁ ରାଜନଗର ବନ ବିଭାଗ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି। ଏହି ଅବଧିରେ ଦେଶ ବିଦେଶରୁ ଆସୁଥିବା ପର୍ଯ୍ୟଟକଙ୍କ ଭିତରକନିକା ଭ୍ରମଣ ଉପରେ କଟକଣା ଲାଗିଛି। ଏହି ୩ ମାସ ଭିତରକନିକା ଭିତରେ ବୋଟ ଚଳାଚଳ କରିବ ନାହିଁ। କାରଣ ବୋଟ ଚଳାଚଳ କରିବା ଦ୍ବାରା କୁମ୍ଭୀରମାନଙ୍କ ମିଳନ ପ୍ରକ୍ରିୟାରେ ବାଧା ସୃଷ୍ଟି ହୋଇଥାଏ।

ପ୍ରଜନନ ଋତୁ ସମୟରେ ନଦୀକୂଳ ଠାରୁ ଜୁଆର ଛୁଇଁପାରୁନଥିବା ନିରାପଦ ସ୍ଥାନରେ ବସାବାନ୍ଧି ଅଣ୍ଡା ଦେଇଥାନ୍ତି । ଏହି ସମୟରେ କୁମ୍ଭୀର ଅଧିକ ହିଂସ୍ର ହୋଇଥାନ୍ତି। ସେମାନଙ୍କୁ ବାଧାଦେଲେ ଆକ୍ରମଣ କରିବାକୁ ପଛାନ୍ତି ନାହିଁ। ଏହାକୁ ଦୃଷ୍ଟିରେ ରଖି ଆସନ୍ତା ୩ମାସ ପର୍ଯ୍ୟନ୍ତ ଜାତୀୟ ଉଦ୍ୟାନରେ ପର୍ଯ୍ୟଟକଙ୍କ ପ୍ରବେଶ ଉପରେ କଟକଣା ଜାରି ହୋଇଛି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ