ଆଜି ଦିଲ୍ଲୀରେ ହେବ ନବୀନ ମୋଦୀଙ୍କ ଭେଟଘାଟ୍‌


ଭୁବନେଶ୍ବର: ଗତକାଲିଠୁ ୪ ଦିନିଆ ଦିଲ୍ଲୀ ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆଜି ମୁଖ୍ୟମନ୍ତ୍ରୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ଅପରାହ୍ଣ ୪ଟା ୩୦ରେ ପ୍ରଧାନମନ୍ତ୍ରୀଙ୍କୁ ଭେଟିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏ ନେଇ

ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପ୍ରଧାନମନ୍ତ୍ରୀଙ୍କୁ ଭେଟି ରାଜ୍ୟ ସ୍ୱାର୍ଥ ସମ୍ବଳିତ ବିଭିନ୍ନ ଦାବି ଉପରେ ଆଲୋଚନା କରିବେ ବୋଲି କହିଛନ୍ତି କହିଛନ୍ତି ମୁଖ୍ୟମନ୍ତ୍ରୀ ।ଓଡ଼ିଶାର କେନ୍ଦ୍ର ନିକଟରେ ପଡ଼ି ରହିଥିବା ବିଭିନ୍ନ ପ୍ରସ୍ତାବ ଓ ଦାବି ଗୁଡ଼ିକର ସମୀକ୍ଷା କରିବା ପାଇଁ ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଗସ୍ତରେ ଯାଇଥିବା ଜଣାପଡ଼ିଛି।