କଟକ: କଟକ ଖାନ୍ ନଗରରେ ବ୍ରିଜ୍ ନିର୍ମାଣ ସମୟରେ ହୋଇଥିବା ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଦୁଃଖ ପ୍ରକାଶ କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ଗଭୀର ସମବେଦନା ଜଣାଇଛନ୍ତି।
ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୫ ଲକ୍ଷ ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି। ଏଥିସହ ଦୁର୍ଘଟଣାରେ ଆହତଙ୍କୁ ମାଗଣାରେ ଚିକିତ୍ସା ସେବା ଯୋଗାଇବା ସହ ମୁଖ୍ୟମନ୍ତ୍ରୀ ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି।
ତେବେ ଏହି ଦୁର୍ଘଟଣାର ତଦନ୍ତ ୩ ଜଣିଆ ବୈଷୟିକ କମିଟି କରିବ ବୋଲି ଆଇନ ମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନ କହିଛନ୍ତି। ମନ୍ତ୍ରୀ କହିଛନ୍ତି ଯେ ପୂର୍ତ୍ତ ବିଭାଗ ଏଆଇସି ତଥା ସ୍ୱତନ୍ତ୍ର ଶାସନ ସଚିବ ଲକ୍ଷ୍ମୀକାନ୍ତ ପାଢ଼ୀଙ୍କ ନେତୃତ୍ୱରେ ମୁଖ୍ୟଯନ୍ତ୍ରୀ ରାସ୍ତା -୨ ଏବଂ ଏ ଡି ଏମ (ଜେନେରାଲ) କଟକଙ୍କୁ ନେଇ ଏକ ତିନି ଜଣିଆ ବୈଷୟିକ କମିଟି ଗଠନ କରି ଆସନ୍ତା କାଲିଠାରୁ ପୁଙ୍ଖାନୁପୁଙ୍ଖ ତଦନ୍ତ କରି ଆସନ୍ତା ୧୫ ଦିନ ମଧ୍ୟରେ ଏହାର କାରଣ ଓ ଦାୟୀ ଥିବା ବ୍ୟକ୍ତିଙ୍କ ବାବଦରେ ସବିଶେଷ ବିବରଣୀ ପ୍ରଦାନ କରିବାକୁ ପୂର୍ତ୍ତ ବିଭାଗ ପ୍ରମୁଖ ଶାସନ ସଚିବ ବୀର ବିକ୍ରମ ଯାଦବଙ୍କୁ ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛିI