Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

କାହିଁକି ହେଲାନି ଭାରତ-ପାକିସ୍ତାନ ଯୁଦ୍ଧ! ଜଣାପଡିଲା ବଡ଼ କାରଣ

ଭାରତ ଏବଂ ପାକିସ୍ତାନ ମଧ୍ୟରେ ଚାଲିଥିବା ଉତ୍ତେଜନାପୂର୍ଣ୍ଣ ପରିସ୍ଥିତି ମଧ୍ୟରେ ଅସ୍ତ୍ରବିରତି ନେଇ ଘୋଷଣା ହୋଇଛି। ଏନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋସିଆଲ ମିଡିଆରେ ସ୍ପଷ୍ଟ କରିଛନ୍ତି। ଏହି ସମୟରେ, ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଇସାକ ଡାର ଟ୍ବିଟ କରି ଯୁଦ୍ଧବିରତି ପାଇଁ ରାଜି ହୋଇଥିବା ଜଣା ପଡିଛି।

ଏହାପରେ ଭାରତ-ପାକିସ୍ତାନ ଅସ୍ତ୍ରବିରତି ପାଇଁ ସହମତି ହୋଇଛନ୍ତି। ଏନେଇ ସୂଚନା ଦେଇଛନ୍ତି ବୈଦେଶିକ ସଚିବ ବିକ୍ରମ ମିଶ୍ରି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ୍ସରେ ଏନେଇ ଘୋଷଣା ପରେ ବିକ୍ରମ ମିଶ୍ରି ସୂଚନା ଦେଇଛନ୍ତି।

ସାମ୍ବାଦିକ ସମ୍ମିଳନୀ କରି ସେ କହିଛନ୍ତି, ଭାରତୀୟ ସମୟ ଆଜି ସଂଧ୍ୟା ୫ଟାରୁ ଅସ୍ତ୍ରବିରତି ହୋଇଛି। ଜଳ, ସ୍ଥଳ ଓ ଆକାଶ ପଥରେ ଆକ୍ରମଣ ନ କରିବାକୁ ଉଭୟ ସହମତି ହୋଇଛୁ। ଦୁଇ ଦେଶର DGMO ସ୍ତରୀୟ କଥାବାର୍ତ୍ତା ପରେ ସହମତି ହୋଇଛି। ଆଜି ଅପରାହ୍ନ ୩ଟା ୩୫ରେ DGMO ସ୍ତରୀୟ କଥାବାର୍ତ୍ତା ହୋଇଥିଲା। ୩ ବାହିନୀକୁ ଉଭୟ ଦେଶ ପକ୍ଷରୁ ସହମତି କଥା ଜଣାଇ ଦିଆଯାଇଛି। ଆସନ୍ତା ୧୨ ତାରିଖ ୧୨ଟାରେ DGMO ସ୍ତରୀୟ ପୁଣି ଆଲୋଚନା ହେବ।

ଡୋନାଲ୍ଡ ଟ୍ରମ୍ପ ଟ୍ବିଟ କରିଛନ୍ତି, ‘ଆମେରିକାର ମଧ୍ୟସ୍ଥତାରେ ଦୀର୍ଘ ରାତିର ଆଲୋଚନା ପରେ, ମୁଁ ଘୋଷଣା କରି ଖୁସି ହେଉଛି ଯେ ଭାରତ ଏବଂ ପାକିସ୍ତାନ ଏକ ସମ୍ପୂର୍ଣ୍ଣ ଏବଂ ତୁରନ୍ତ ଯୁଦ୍ଧବିରତି ପାଇଁ ରାଜି ହୋଇଛନ୍ତି। ଏହି ସମୟରେ, ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଇସାକ ଡାର ଟ୍ବିଟ କରି ଯୁଦ୍ଧବିରତି ପାଇଁ ରାଜି ହୋଇଥିବା ଜଣା ପଡିଛି।

ଗୁଳିବିନିମୟ ଏବଂ ସାମରିକ କାର୍ଯ୍ୟାନୁଷ୍ଠାନ ବନ୍ଦ କରିବା ଉପରେ ସହମତି ରହିଛି। ବୈଦେଶିକ ମନ୍ତ୍ରଣାଳୟର ସୂତ୍ର ଅନୁଯାୟୀ, ଡିଜିଏମଓ ଏବଂ ପାକିସ୍ତାନ ମଧ୍ୟରେ ଏକ ଫୋନ ବାର୍ତ୍ତାଳାପ ହୋଇଛି। ଉଭୟ ଦେଶ ମଧ୍ୟରେ ସିଧାସଳଖ କଥାବାର୍ତ୍ତା ହୋଇଛି। ଆମେରିକାର ବୈଦେଶିକ ମନ୍ତ୍ରୀ କହିଛନ୍ତି ଯେ ଆମେରିକାର ଉପରାଷ୍ଟ୍ରପତି ଜେଡି ଭାନ୍ସ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ କଥାବାର୍ତ୍ତା ହୋଇଛି। ବୈଦେଶିକ ସଚିବ ବିକ୍ରମ ମିଶ୍ର ଏକ ସାମ୍ବାଦିକ ସମ୍ମିଳନୀରେ ସମ୍ପୂର୍ଣ୍ଣ ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ ଉଭୟ ପକ୍ଷ ଯୁଦ୍ଧବିରତି ଉପରେ ସହମତ ହୋଇଛନ୍ତି। ବିକ୍ରମ ମିଶ୍ର କହିଛନ୍ତି ଯେ ଶନିବାର ସଂଧ୍ୟା ୫ଟାରୁ ଯୁଦ୍ଧବିରତି କାର୍ଯ୍ୟକାରୀ ହୋଇଛି।

ଭାରତ- ପାକିସ୍ତାନ ଅସ୍ତ୍ରବିରତି ପରେ ଭାରତର କୂଟନୈତିକ ବିଜୟ ହୋଇଥିବା ସୂଚନା ମିଳିଛି । କୁହାଯାଉଛି ଯେ ଭାରତ ଏହି ଅସ୍ତ୍ର ବିରତିରେ ନିଜର ଅନେକ ସର୍ତ୍ତ ରଖିଛି । ଫଳରେ ପାକିସ୍ତାନ ହାତରେ ନ ହେଲେ ବି ଭାତରେ ପରାଜୟର ସାମ୍ନା କରିଛି ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ