Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

୪ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଆରଏସ୍‌ଏସ୍‌ ମୁଖ୍ୟ ମୋହନ ଭାଗବତ

ଓଡ଼ିଶା ଡଟ୍ ନ୍ୟୁଜ୍: ଆରଏସ୍‌ଏସ୍‌ ମୁଖ୍ୟ ମୋହନ ଭାଗବତ ୪ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । ଆଜି ସନ୍ଧ୍ୟା ୬ଟାରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବେ । କଟକ ଗତିରାଉତପାଟଣା ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ଆୟୋଜିତ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିବେ ।
ଗତିରାଉତପାଟଣା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ୧୨ରୁ ୧୬ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା କାର୍ଯ୍ୟକ୍ରମରେ ଭିନ୍ନ ଭିନ୍ନ ଅଧିବେଶନରେ ସ୍ବତନ୍ତ୍ର ଅତିଥି ଭାବେ ଯୋଗ ଦେବେ ଭାଗବତ । ଆରଏସଏସ ମୁଖ୍ୟଙ୍କ ଗସ୍ତକୁ ନଜରରେ ରଖି ଗତିରାଉତ ପାଟଣାରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି । ୧୬ ତାରିଖ ଅପରାହ୍ଣରେ ମୋହନ ଭାଗବତ ଦିଲ୍ଲୀ ଫେରିଯିବେ ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories