Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

କାଲିଠୁ ଆହୁରି ବଢିବ ତାତି; ସିଝିବ ଓଡ଼ିଶା

ଭୁବନେଶ୍ବର: ଆହୁରି ବଢିବ ତାତି। ଖରାରେ ସିଝିବ ସାରା ଓଡ଼ିଶା । ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ। ଆସନ୍ତକାଲିଠୁ ତାପମାତ୍ରା ଆହୁରି ବଢିବା ନେଇ ଆକଳନ କରିଛି ପାଣିପାଗ ବିଭାଗ ।

୧୫ ତାରିଖରୁ ବଢିଛି ତାତି। ବର୍ତ୍ତମାନ ରାଜ୍ୟର ଅଧିକାଂଶ ଜିଲ୍ଲାର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଛି । ଗତକାଲି ୧୬ଟି ସ୍ଥାନର ତାପମାତ୍ରା ୪୦ ଡିଗ୍ରୀ ଉପରେ ରେକର୍ଡ କରାଯାଇଛି ।

ବୌଦ୍ଧ ଓ ଝାରସୁଗୁଡାରେ ତାପମାତ୍ରା ସର୍ବାଧିକ ୪୩. ୪ ଡିଗ୍ରୀ ରେକର୍ଡ କରାଯାଇଛି । ସେହିପରି ସମ୍ବଲପୁରରେ ୪୩.୩ ଡିଗ୍ରୀ, ହୀରାକୁଦରେ ୪୨. ୩ ଡିଗ୍ରୀ, ରାଉରକେଲାରେ ୪୧. ୧ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଥିଲା । ଆସନ୍ତା ୫ ଦିନ ପର୍ଯ୍ୟନ୍ତ ଆଭ୍ୟନ୍ତରୀଣ ଓଡ଼ିଶାରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିବ ବୋଲି ଆକଳନ କରିଛି ପାଣିପାଗ ବିଭାଗ ।