Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ପଞ୍ଚାୟତ ଉପନିର୍ବାଚନ ସ୍ଥଗିତ ରଖିଲେ ନିର୍ବାଚନ କମିଶନର

ଭୁବନେଶ୍ଵର: ପଞ୍ଚାୟତ ଉପନିର୍ବାଚନ ସ୍ଥଗିତ ରଖିଲେ ରାଜ୍ୟ ନିର୍ବାଚନ କମିଶନ। ସଅଳ ମୌସୁମୀ ପାଇଁ ପଞ୍ଚାୟତ ଉପନିର୍ବାଚନ ସ୍ଥଗିତ ହୋଇଥିବା ନେଇ ରାଜ୍ୟ ନିର୍ବାଚନ କମିଶନଙ୍କ ସୂଚନା।

ଗତକାଲି ପଞ୍ଚାୟତ ଉପନିର୍ବାଚନ ପାଇଁ ପ୍ରକାଶ ପାଇଥିଲା ବିଜ୍ଞପ୍ତି। ସେହି ଅନୁସାରେ ୪୩ ସରପଞ୍ଚ, ୨୭୨ ୱାର୍ଡ ମେମ୍ବର ପାଇଁ ଉପନିର୍ବାଚନ ହେବ । ଆସନ୍ତା ୨୬,୨୮,୨୯,୩୦ ଏବଂ ୩୧ ତାରିଖ ଦିନ ୧୧ଟାରୁ ୩ଟା ଯାଏଁ ନାମାଙ୍କନ ଦାଖଲ ହୋଇଥାନ୍ତା। ସରପଞ୍ଚ ପାଇଁ ବ୍ଲକ ଅଫିସ ଏବଂ ୱାର୍ଡ ମେମ୍ବର ପ୍ରାର୍ଥୀ ପଞ୍ଚାୟତ ଅଫିସରେ ପ୍ରାର୍ଥିପତ୍ର ଦାଖଲ କରିଥାନ୍ତେ। ଜୁନ ୨ରେ ନାମାଙ୍କନ ଯାଞ୍ଚ ଏବଂ ୪ ତାରିଖ ଅପରାହ୍ନ ୩ଟା ପର୍ଯ୍ୟନ୍ତ ପ୍ରାର୍ଥିପତ୍ର ପ୍ରତ୍ୟାହାର ପାଇଁ ସମୟ ଧାର୍ଯ୍ୟ ହୋଇଥିଲା।ତେବେ ପଞ୍ଚାୟତ ଉପନିର୍ବାଚନ ସ୍ଥଗିତ ରହିଥିବା ବେଳେ ପରବର୍ତ୍ତୀ ନିର୍ବାଚନ ତାରିଖ ଘୋଷଣା ହୋଇନାହିଁ। ଆଗାମୀ ଦିନରେ ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇପାରେ।