Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ସାରା ରାଜ୍ୟରେ ଖୋଲିବ ୨୦ଟି ନୂଆ ସାଇବର ଅପରାଧ ଓ ଅର୍ଥନୈତିକ ଥାନା

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ସାଇବର କମ୍ପ୍ଲେକ୍ସ ଠାରେ ରାଜ୍ୟ କ୍ରାଇମବ୍ରାଞ୍ଚ ଆନୁକୂଲ୍ୟରେ ” ସାଇବର ଅପରାଧର ତଦନ୍ତ ଏବଂ ସାଇବର ବୁଦ୍ଧିମତ୍ତା” ସମ୍ପର୍କିତ ଏକ କର୍ମଶାଳା ଉଦଘାଟିତ ହୋଇଯାଇଛି।

ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ କର୍ମଶାଳାକୁ ଉଦଘାଟନ କରିଥିଲେ। ଆଗାମୀ ଦିନରେ ସାଇବର ଅପରାଧକୁ ରୋକିବାକୁ ରାଜ୍ୟର ସମସ୍ତ ରେଞ୍ଜ ଏବଂ ଜିଲ୍ଲା ସ୍ତରରେ “ସାଇବର ଅପରାଧ ତଦନ୍ତ” ସମ୍ପର୍କିତ କର୍ମଶାଳାର ଆୟୋଜନ କରାଯିବ ଏବଂ ଏଥିରେ କନଷ୍ଟେବଳ ଠାରୁ ଆରମ୍ଭ କରି ସମସ୍ତ ବର୍ଗର ଅଧିକାରୀମାନେ ଅଂଶଗ୍ରହଣ କରିବେ ବୋଲି ସେ ମତବ୍ୟକ୍ତ କରିଛନ୍ତି।

ଅନଲାଇନରେ ପୁଞ୍ଜି ନିବେଶ, ଆର୍ଥିକ ଠକେଇ, ସାଧାରଣଲୋକଙ୍କ ପରିଚୟ ଚୋରି, ଡିଜିଟାଲ ଗିରଫ, ଶିଶୁ ତଥା ବୟସ୍କ ବ୍ୟକ୍ତିଙ୍କୁ ଶୋଷଣ ଭଳି ସାଇବର ଅପରାଧ ବଢ଼ିବାରେ ଲାଗିଛି। ଏ ଭଳି ଅପରାଧକୁ ରୋକିବାକୁ ରାଜ୍ୟ ପୋଲିସ ପକ୍ଷରୁ ବ୍ୟାପକ ଅଭିଯାନ ଚାଲିଛି। ଏହାକୁ ଦୃଷ୍ଟିରେ ରଖି ଆଗାମୀ ଦିନରେ ରାଜ୍ୟ ସରକାର ସାରା ରାଜ୍ୟରେ ୨୦ଟି ନୂତନ ସାଇବର ଅପରାଧ ଓ ଅର୍ଥନୈତିକ ଥାନା ଖୋଲିବାକୁ ଅନୁମୋଦନ କରିଛନ୍ତି।

ଏହା ବ୍ୟତୀତ ଭୁବନେଶ୍ୱରଠାରେ ଓଡିଶା ସାଇବର କମାଣ୍ଡ ସେଣ୍ଟର ପ୍ରତିଷ୍ଠା କରାଯିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି ବୋଲି ଡିଜିପି କହିଥିଲେ । ଏକ ନୂତନ ଆତ୍ମବିଶ୍ୱାସ ଏବଂ ଦକ୍ଷତା ସହିତ ସାଇବର ଅପରାଧ ବିରୋଧରେ ଲଢ଼ି ଓଡ଼ିଶାବାସୀଙ୍କ ସେବା କରିବାକୁ ଡ଼ିଜିପି ଆହ୍ୱାନ ଦେଇଛନ୍ତି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ