Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଓଡ଼ିଶା ଆସିବେ ମୋଦି: ରାଜସ୍ବ ମନ୍ତ୍ରୀ ଦେଲେ ବଡ଼ ସୂଚନା

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ଜୁନ୍‌ ୨୦ର ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଛି। ଏନେଇ ରାଜସ୍ବ ମନ୍ତ୍ରୀ ସୂରେଶ ପୂଜାରୀ ସୂଚନା ଦେଇଛନ୍ତି। ରାଜ୍ୟ ସରକାରଙ୍କ ବର୍ଷ ପୂର୍ତ୍ତି ଉପଲକ୍ଷେ ସେ ଓଡ଼ିଶା ଆସୁଥିବା ଜଣାପଡିଛି। ଏହି ସମୟରେ ଦଳୀୟ କାର୍ଯ୍ୟକର୍ତ୍ତାଙ୍କୁ ଭେଟିବେ ବୋଲି ଚର୍ଚ୍ଚା ହେଉଛି।

ପ୍ରଥମଥର ପାଇଁ ରାଜ୍ୟରେ ଭାଜପା କ୍ଷମତାକୁ ଆସିଥିଲା। ୧୨ ଜୁନ ୨୦୨୪ରେ ମୋହନ ଚରଣ ମାଝୀ ରାଜ୍ୟର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିଲେ। ପ୍ରଧାନମନ୍ତ୍ରୀଙ୍କ ସମେତ ବହୁ ବରିଷ୍ଠ ନେତା ଶପଥ ଗ୍ରହଣ ଉତ୍ସବରେ ସାମିଲ ହୋଇଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ