Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ଘରେ ଆଇଟି ରେଡ, ୨୦ ଟିମ୍‌ ସାମିଲ

ସମ୍ବଲପୁର: ବିଜେଡି ସରକାର ସମୟର ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ସ୍ବର୍ଗତ ନବ କିଶୋର ଦାସଙ୍କ ଘରେ ଗୁରୁବାର ଆୟକର ବିଭାଗ ପକ୍ଷରୁ ଚାଲିଛି ରେଡ। ଏକାଥରକେ ୨୦ରୁ ଅଧିକ ସ୍ଥାନରେ ଏହି ରେଡ କରାଯାଉଥିବା ସୂଚନା ମିଳିଛି। ଝାରସୁଗୁଡା, ସମ୍ବଲପୁର, ସୁନ୍ଦରଗଡ଼ ଓ ଭୁବନେଶ୍ବର ଭଳି ବିଭିନ୍ନ ସ୍ଥାନରେ ଏହି ରେଡ ଚାଲିଛି।
ତେବେ ଆୟକର ଫାଙ୍କିବା ନେଇ ଅଭିଯୋଗ ହେବା ପରେ ୨୦ରୁ ଅଧିକ ସ୍ଥାନରେ ଇଡି ତାର କୋଡିଏ ଟିମ କୁ ନେଇ ଏହି ରେଡ ଚଳାଇଛି।
ସୂଚନାଯୋଗ୍ୟ, ଚଳିତ ବର୍ଷ ନବ ଦାସଙ୍କ ଭାଇ ବ୍ରଜ ଦାସଙ୍କ ସମ୍ବଲପୁର ଘରେ ମଧ୍ୟ ପୂର୍ବରୁ ଆୟକର ବିଭାଗ ପକ୍ଷରୁ ରେଡ କରାଯାଇଥିଲା। ଭୁବନେଶ୍ବର ଓ ଛତିଶଗଡର ଟିମ ଏହି ରେଡରେ ସାମିଲ ହୋଇଥିବା ବେଳେ ବ୍ରଜ ଦାସଙ୍କ ଘରୁ ଏକାଧିକ ବିଳାସପୂର୍ଣ୍ଣ କାର ମିଳିଥିଲା। କିଛି ମାସ ପୂର୍ବରୁ ମଧ୍ୟ ପୂର୍ବତନମନ୍ତ୍ରୀ ସ୍ବର୍ଗତ ନବ ଦାସଙ୍କ ପୁଅ ତଥା ଝାରସୁଗୁଡ଼ାର ପୂର୍ବତନ ବିଧାୟିକା ଦୀପାଳି ଦାସଙ୍କ ଭାଇ ବିଶାଳ ଦାସଙ୍କ ପିଏ ଆଶିଷ ଦାସଙ୍କ ଘରେ ଆୟକର ବିଭାଗ ପକ୍ଷରୁ ଚଢାଉ କରାଯାଇଥିଲ। ଏଥିସହ ଆୟକର ବିଭାଗ ଅଧିକାରୀ ବିଶାଳ ଦାସଙ୍କୁ ଝାରସୁଗୁଡ଼ା ଏକ ଘରୋଇ ହୋଟେଲକୁ ଡାକି ପ୍ରାୟ ୪ ଘଣ୍ଟା ଧରି ଜେରା କରିଥିଲେ।
ସଦ୍ୟ ମିଳିଥିବା ସୂଚନା ଅନୁଯାୟୀ, ସୁନ୍ଦରଗଡ଼ରେ ନବ ଦାଶ ଙ୍କ ସହଯୋଗୀ ସଂଜୟ ନନ୍ଦଙ୍କ ଘରେ ମଧ୍ୟ୍ୟ ଚଢାଉ ଚାଲିଥିବା ନେଇ ସୂଚନା ଆସିଛି। ସେ ନବ ଦାସଙ୍କ ବ୍ୟବସାୟିକ ସହଯୋଗୀ ଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ