Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଆସନ୍ତା ୨୪ ଯାଏଁ ରାଜ୍ୟରେ ବର୍ଷା ଜାରି ରହିବ

ଭୁବନେଶ୍ୱର: ଆସନ୍ତା ୨୪ ଯାଏଁ ରାଜ୍ୟରେ ବର୍ଷା ଜାରି ରହିବ। ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଗୁରୁବାର ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ସମ୍ଭାବନା ଅଛି। ସୁନ୍ଦରଗଡ଼, କେନ୍ଦୁଝର, ଝାରସୁଗୁଡ଼ା, ସମ୍ବଲପୁରର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ।

ସେହିପରି ୨୧ ତାରିଖରେ ଅନେକ ସ୍ଥାନରେ ବର୍ଷା ସମ୍ଭାବନା ଥିବାବେଳେ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି ହୋଇଛି । ୨୨ ବେଳକୁ ମୟୂରଭଞ୍ଜ, କେନ୍ଦୁଝରର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ୨୩ ତାରିଖ ରାଜ୍ୟରେ କାଁ ଭାଁ ବର୍ଷା ହେବାକୁ ଥିବା ବେଳେ ୨୪ ତାରିଖରେ ଉତ୍ତର ଓଡ଼ିଶାର କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱରର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ଆକଳନ କରାଯାଇଛି।

ଅନ୍ୟପଟେ ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ