Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

୬୭ ବର୍ଷରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁକ୍ରବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ୬୭ତମ ଜନ୍ମଦିନରେ ଅଭିନନ୍ଦନ ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦୀ ଟ୍ୱିଟ୍ କରି କହିଛନ୍ତି, “ରାଷ୍ଟ୍ରପତିଙ୍କୁ ଜନ୍ମଦିନର ହାର୍ଦ୍ଦିକ ଶୁଭେଚ୍ଛା। ତାଙ୍କ ଜୀବନ ଏବଂ ନେତୃତ୍ୱ ଦେଶର କୋଟି କୋଟି ଲୋକଙ୍କୁ ପ୍ରେରଣା ଦିଏ। ଜନସେବା, ସାମାଜିକ ନ୍ୟାୟ ଏବଂ ଅନ୍ତର୍ଭୁକ୍ତିମୂଳକ ବିକାଶ ପ୍ରତି ତାଙ୍କର ଅଟଳ ପ୍ରତିବଦ୍ଧତା ସମସ୍ତଙ୍କୁ ସାହସ ପ୍ରଦାନ କରେ ଏବଂ ସେ ଆଶାର କିରଣ।”

ପ୍ରଧାନମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି, “ସେ ସର୍ବଦା ଗରିବ ଏବଂ ବଞ୍ଚିତଙ୍କୁ ସଶକ୍ତ କରିବା ପାଇଁ କାମ କରିଛନ୍ତି। ମୁଁ ତାଙ୍କର ଦୀର୍ଘ ଜୀବନ କାମନା କରୁଛି।”

ତେବେ ଦ୍ରୌପଦୀ ମୁର୍ମୁ ୨୦୨୨ ମସିହାରେ ରାଷ୍ଟ୍ରପତି ଭାବରେ ଦାୟିତ୍ୱ ଗ୍ରହଣ କରିଥିଲେ। ଆଉ ସେ ଆଦିବାସୀ ସମ୍ପ୍ରଦାୟର ହୋଇଥିବା ପ୍ରଥମ ରାଷ୍ଟ୍ରପତି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ