Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ

ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ଅଧିକାଂଶ ସ୍ଥାନରେ ବଜ୍ରପାତ ସହ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ୨୫ ତାରିଖ ସକାଳ ସାଢ଼େ ୮ଟା ମଧ୍ୟରେ ରାଜ୍ୟର ସମସ୍ତ ଅଞ୍ଚଳରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା, ପବନ ହେବାକୁ ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୨୫ ତାରିଖ ସକାଳଠାରୁ ୨୬ ତାରିଖ ସକାଳ ସାଢ଼େ ୮ଟା ମଧ୍ୟରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଗଜପତି ଓ ଗଞ୍ଜାମ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନ ଏବଂ ପରବର୍ତ୍ତୀ ୨୪ ଘଣ୍ଟାରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଅନୁଗୁଳ, ଢେଙ୍କାନାଳ ଓ ଯାଜପୁର ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ।

ପବନର ବେଗ ଘଣ୍ଟା ପ୍ରତି ୩୦ରୁ ୪୦ କିମି ହେବାର ସମ୍ଭାବନା ଥିବାରୁ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ଅନ୍ୟ ଜିଲ୍ଲାଗୁଡ଼ିକରେ ମଧ୍ୟ ଝଡ଼ବର୍ଷା ହେବାକୁ ଥିବାରୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି। ୨୪ ଓ ୨୫ ତାରିଖରେ ଓଡ଼ିଶା ଉପକୂଳ ଓ ଏହାର ଆଖପାଖ ଅଞ୍ଚଳରେ ୩୫ରୁ ୫୫ କିମି ବେଗରେ ପବନ ସହ ଝଡ଼ବର୍ଷା ହେବାର ସମ୍ଭବନା ରହିଛି। ସମୁଦ୍ର ଅଶାନ୍ତ ରହିବା ଆଶଙ୍କା ଥିବାରୁ ମତ୍ସ୍ୟଜୀବୀନଙ୍କୁ ସମୁଦ୍ର ଭିତରକୁ ନ ଯିବା ପାଇଁ ପରାମର୍ଶ ଦିଆଯାଇଛି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ