Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ ଠାରେ ୫୩ତମ ଗଜପତି ଜିଲ୍ଲା ପରିଷଦର ବୈଠକ ଅନୁଷ୍ଠିତ।

ପାରଳାଖେମୁଣ୍ଡି:୨୫/୬(ଗରୁଡ ଧ୍ୱଜ ଚୌଧୁରୀ)ଗଜପତି ଜିଲ୍ଲାର ସଦର ମହକୁମା ପାରଳାଖେମୁଣ୍ଡି ଠାରେ ୫୩ତମ ଗଜପତି ଜିଲ୍ଲା ପରିଷଦ ବୈଠକ ସ୍ଥାନୀୟ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଜିଲ୍ଲା ପରିଷଦ ସଭାପତି ଶ୍ରୀଯୁକ୍ତ ଗାବାରା ତିରୁପତି ରାଓଙ୍କ ଅଧ୍ୟକ୍ଷତା କରିଥିବା ବେଳେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶଙ୍କ ପ୍ରତ୍ୟେକ ତତ୍ତ୍ବାବଧାନରେ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଜିଲ୍ଲା ପରିଷଦର ଉପାଧ୍ୟକ୍ଷା ଶ୍ରୀମତୀ କୁନ୍ତଳା ମଲ୍ଲିକ,ମାନ୍ୟବର ବିଧାୟକ ମୋହନା ଶ୍ରୀଯୁକ୍ତ ଦାଶରଥି ଗମାଙ୍ଗ,ମାନ୍ୟବର ବିଧାୟକ ପାରଳାଖେମୁଣ୍ଡି ଶ୍ରୀଯୁକ୍ତ ରୁପେଶ କୁମାର ପାଣିଗ୍ରାହୀ ,ମୁଖ୍ୟ ଉନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ଶ୍ରୀଯୁକ୍ତ ଶଙ୍କର କେରକେଟା ଓ ଅତିରିକ୍ତ ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ପୃଥ୍ୱୀରାଜ ମଣ୍ଡଳ ପ୍ରମୁଖ ମଞ୍ଚାସୀନ ଥିବା ବେଳେ ଜିଲ୍ଲାର ସମସ୍ତ ଜିଲ୍ଲା ପରିଷଦର ସଭ୍ୟ/ସଭ୍ୟା, ପଞ୍ଚାୟତ ସମିତି ଅଧ୍ୟକ୍ଷ/ଅଧ୍ୟକ୍ଷା, ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ । ସରକାରଙ୍କ ସମସ୍ତ ଯୋଜନା ଗୁଡ଼ିକ ଗଜପତି ଜିଲ୍ଲାର କାର୍ଯ୍ୟକାରୀ କରିବା ସହିତ ଯେଉଁ ଲକ୍ଷ୍ୟ ରହିଛି ତାହା ସଫଳତାର ସହିତ କାର୍ଯ୍ୟକାରୀ କରାଯାଉଛି ଏବଂ ଆଗକୁ ମଧ୍ୟ ସଫଳତାର ସହିତ କାର୍ଯ୍ୟକାରୀ ଚାଲୁରହିବ ବୋଲି ସମସ୍ତ ଅତିଥି ଗଣ କହିଥିଲେ। ଏହି ବୈଠକରେ ଜିଲ୍ଲାରେ କାର୍ଯକାରୀ କରାଯାଉଥିବା ବିଭିନ୍ନ ବିଭାଗ ତଥା ଗ୍ରାମ୍ୟ ପାନୀୟ ଜଳ ଓ ପରିମଳ ବିଭାଗ, ଗ୍ରାମ୍ୟ ଉନ୍ନୟନ ବିଭାଗ, ରାସ୍ତା ଓ କୋଠାବାଡ଼ି, କୃଷି ଓ କୃଷକ ସଶକ୍ତି କରଣ ,ଶିକ୍ଷା, ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ,ଖାଦ୍ୟ ଯୋଗାଣ, ଜଳ ସେଚନ ପ୍ରକଳ୍ପ, ମେଗା ଜଳସେଚନ, କ୍ଷୁଦ୍ର ଜଳସେଚନ, ଛେଲିଗଡ ପ୍ରକଳ୍ପ, ଉଦ୍ୟାନ, ଜଳ ଛାୟା, ପଶୁ ସମ୍ପଦ, ମତ୍ସ୍ୟ ବିଭାଗ, ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା, ଓଡ଼ିଶା ଗ୍ରାମ୍ୟ ଉନ୍ନୟନ ଏବଂ ବିପଣନ ସଂସ୍ଥା (ଓ ଆର ମା ଏସ)ଓଡ଼ିଶା ଜୀବିକା ମିଶନ, ମିଶନ ଶକ୍ତି, ସମାଜ କଲ୍ୟାଣ ଓ ଶିଶୁ କଲ୍ୟାଣ ବିକାଶ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ,ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି,ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା,ଜଙ୍ଗଲ ଓ ପରିବେଶ
ଶ୍ରମ ଓ ନିଯୁକ୍ତି,ଅବକାରୀ, ପରିବହନ, ବିଦ୍ୟୁତ,ଗ୍ରାମ୍ୟ ସାମାଜିକ ନିରାପତ୍ତା, କ୍ଷୁଦ୍ର ଉଦ୍ୟୋଗ ପ୍ରକ୍ରିୟା କରଣ, ପାନୀୟ ଜଳ ଓ ପରିମଳ ପ୍ରଭୃତି ବିଷୟକୁ ନେଇ ସମସ୍ତ ଜିଲ୍ଲାପରିଷଦ ସଭ୍ୟ ସଭ୍ୟା ,ବ୍ଲକ ଅଧକ୍ଷ ଅଧ୍ୟକ୍ଷା ଓ ଜିଲ୍ଳାର ସମସ୍ତ ଲାଇନ୍ ବିଭାଗୀୟ ଅଧିକାରୀ ମାନଙ୍କ ସହ ପୁଙ୍ଖାନୁପୁଙ୍ଖ ଆଲୋଚନା ହୋଇଥିଲା । ଏହି ବୈଠକରେ ବ୍ରହ୍ମପୁର ସାଂସଦ ପ୍ରତିନିଧି ଶ୍ରୀ ଡି.ରାଜେଶ୍ କୁମାର, ଜିଲ୍ଲା ପଞ୍ଚାୟତ ଅଧିକାରୀ ଶ୍ରୀ ଅଶୋକ କୁମାର ପଟ୍ଟନାୟକ, ସମସ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଓ ଲାଇନ୍ ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories