Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ମଙ୍ଗଳବାରଠୁ ରାଜ୍ୟବ୍ୟାପୀ ଡ୍ରାଇଭରଙ୍କ ଷ୍ଟିୟରିଂ ଛାଡ଼ ଆନ୍ଦୋଳନ, ଅଖ ଚକ ସବୁ ହେବ ଜାମ୍

୬ ଦଫା ଦାବିରେ ମଙ୍ଗଳବାରଠାରୁ ଡ୍ରାଇଭରଙ୍କ ଆନ୍ଦୋଳନ ଡାକରା। ରାଜ୍ୟବ୍ୟାପୀ ଆନ୍ଦୋଳନ କରିବେ ଡ୍ରାଇଭର। ଏନେଇ ସୋମବାର ଓଡ଼ିଶା ଡ୍ରାଇଭର ମହାସଂଘ ପକ୍ଷରୁ ସୂଚନା ଦିଆଯାଇଛି। ପୂର୍ବରୁ ଗତ ମାସରେ ଏନେଇ ସଂଘ ପକ୍ଷରୁ ସୂଚନା ଦିଆଯାଇଥିଲା।

ମଞ୍ଚ ପକ୍ଷରୁ ହୋଇଥିବା ୬ ଦଫା ଦାବି ଗୁଡ଼ିକ ହେଲା, ଓଡିଶା ମୋଟର ଟ୍ରାନ୍ସପୋର୍ଟ ଡ୍ରାଇଭର ଏବଂ ୱାର୍କର୍ ୱେଲଫେୟାର ବୋର୍ଡରେ ଅଟୋ ଡ୍ରାଇଭରକୁ ସାମିଲ।

ଜନ ସାଧାରଣଙ୍କ ଆକ୍ରୋଶରେ ଶିକାର ହେଉଥିବା ଡ୍ରାଇଭର ସମାଜର ସୁରକ୍ଷା ପାଇଁ ଏକ ସ୍ବତନ୍ତ୍ର ଆଇନ ତିଆରି କରାଯାଉ। ବୃତିଗତ ଡ୍ରାଇଭରଙ୍କୁ ୬୦ ବର୍ଷ ବୟସ ପରେ ସ୍ବତନ୍ତ୍ର ଭତ୍ତା ପ୍ରଦାନ କରାଯାଉ ।

ପ୍ରତି ୧୦୦ କିଲୋମିଟର ଅନ୍ତରାଳରେ ଗାଡ଼ି ପାକିଂ ଏବଂ ଡ୍ରାଇଭରମାନଙ୍କ ବିଶ୍ରାମ ନେବାପାଇଁ ବିଶ୍ରାମଗାର ଏବଂ ଶୌଚାଳୟ ବ୍ୟବସ୍ଥା। ଓଡ଼ିଶାରେ ଥିବା ପ୍ରତ୍ୟକ ଖଣି ଖାଦାନ ଏବଂ କାରଖାନା ଗୁଡ଼ିକରେ ଶତକଡ଼ା ୭୦% ଓଡ଼ିଶାର ଡ୍ରାଇଭରଙ୍କୁ କାମ ଦେବା। ସେହିଭଳି ସେପ୍ଟେମ୍ବର ୧ ତାରିଖକୁ ଜାତୀୟ ଡ୍ରାଇଭର ଦିବସ ରୂପେ ଘୋଷଣା କରାଯାଉ ବୋଲି ମହାମଞ୍ଚ ଦାବି କରିଛି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ