Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ବ୍ରାଜିଲର ସର୍ବୋଚ୍ଚ ନାଗରିକ ସମ୍ମାନ ପ୍ରଦାନ

ନୂଆଦିଲ୍ଲୀ: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବ୍ରାଜିଲର ସର୍ବୋଚ୍ଚ ନାଗରିକ ସମ୍ମାନ ପ୍ରଦାନ କରାଯାଇଛି। ଏହି ସମ୍ମାନର ନାମ ‘ଗ୍ରାଣ୍ଡ କଲାର ଅଫ୍ ଦି ନ୍ୟାସନାଲ୍ ଅର୍ଡର ଅଫ୍ ଦି ସାଉଦର୍ଣ୍ଣ କ୍ରସ୍’।

ବ୍ରାଜିଲ ରାଷ୍ଟ୍ରପତି ଲୁଇଜ୍ ଇନାସିଓ ଲୁଲା ଡା ସିଲଭା ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଏହି ସମ୍ମାନ ପ୍ରଦାନ କରିଛନ୍ତି। ଭାରତ ଏବଂ ବ୍ରାଜିଲ ମଧ୍ୟରେ ସମ୍ପର୍କକୁ ମଜବୁତ କରିବା ପାଇଁ ଏହି ସମ୍ମାନ ଦିଆଯାଇଛି। ରାଷ୍ଟ୍ରପତି ସିଲଭା କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ମୋଦି ଦୁଇ ଦେଶ ମଧ୍ୟରେ ସହଯୋଗ ବୃଦ୍ଧି କରିବାରେ ବହୁତ ସାହାଯ୍ୟ କରିଛନ୍ତି। ଉଭୟ ଦେଶ ଅନେକ ଅନ୍ତର୍ଜାତୀୟ ମଞ୍ଚରେ ମଧ୍ୟ ଏକାଠି କାମ କରିଛନ୍ତି। ସେଥିପାଇଁ ତାଙ୍କୁ ଏହି ସମ୍ମାନ ଦିଆଯାଇଛି।

ଉଲ୍ଲେଖଯୋଗ୍ୟ, ପ୍ରଧାନମନ୍ତ୍ରୀ ମୋଦି ମେ ୨୦୧୪ରେ ଦାୟିତ୍ୱ ଗ୍ରହଣ କରିବା ପରଠାରୁ ଏହା ତାଙ୍କୁ କୌଣସି ବିଦେଶୀ ସରକାର ଦ୍ୱାରା ଦିଆଯାଇଥିବା ୨୬ତମ ଅନ୍ତର୍ଜାତୀୟ ସମ୍ମାନ। ଏହା ପୂର୍ବରୁ ଜୁଲାଇ ୩ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପଶ୍ଚିମ ଆଫ୍ରିକୀୟ ଦେଶ ଘାନାର ସର୍ବୋଚ୍ଚ ଜାତୀୟ ସମ୍ମାନ ‘ଦି ଅଫିସର ଅଫ୍ ଦି ଅର୍ଡର ଅଫ୍ ଦି ଷ୍ଟାର ଅଫ୍ ଘାନାକୁ’ ପ୍ରଦାନ କରାଯାଇଥିଲା।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ