Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଆଜି ବିଜେଡିର ବାଲେଶ୍ୱର ବନ୍ଦ ଡାକରା

ଭୁବନେଶ୍ୱର: ବିଜୁ ଜନତା ଦଳର ବରିଷ୍ଠ ଉପସଭାପତି ଦେବୀ ପ୍ରସାଦ ମିଶ୍ର କହିଛନ୍ତି ଯେ, ଏଫ୍ଏମ୍ ସ୍ୱୟଂଶାସିତ କଲେଜର ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ମୃତ୍ୟୁ ପରେ ତାଙ୍କ ପ୍ରତି ହୋଇଥିବା ଅବିଚାର ବିରୋଧରେ ଆଜିସମଗ୍ର ବାଲେଶ୍ୱର ଜିଲ୍ଲାରେ ବିଜୁ ଜନତା ଦଳ ୮ ଘଣ୍ଟିଆ ବନ୍ଦ ଡାକରା ଦେଇଛି।

ଏହି ବନ୍ଦ ସକାଳ ୬ଟାରୁ ଆରମ୍ଭ ହୋଇ ଦିବା ୨ ଘଟିକା ପର୍ଯ୍ୟନ୍ତ ବଳବତ୍ତର ରହିବ । ଦୋକାନ ବଜାର, ସରକାରୀ ଅଫିସ୍, ବେସରକାରୀ ଅନୁଷ୍ଠାନ ବନ୍ଦ ରହିବ। ଏହି ବନ୍ଦ ସମୟରେ ଜରୁରୀକାଳୀନ ସେବା ବ୍ୟାହତ ହେବ ନାହିଁ ବୋଲି ଦଳ ତରଫରୁ ସୂଚନା ଦିଆଯାଇଛି।

ସେହିପରି ଆଜି ବିଜେଡି ପକ୍ଷରୁ ଲୋକସେବା ଭବନ ଘେରାଉ କରାଯିବ। ଏହି ଘେରାଉ କାର୍ଯ୍ୟକ୍ରମ ସକାଳ ୧୦ ଘଟିକାରୁ ଆରମ୍ଭ ହେବ । ବିଜେଡିର ଲୋକସେବା ଭବନ ଘେରାଉ ନେଇ ତତ୍ପରତା ଦେଖାଦେଇଛି।ଆନ୍ଦୋଳନକୁ ନଜରରେ ରଖି ସବୁ କର୍ମଚାରୀଙ୍କୁ ସାଢ଼େ ୯ଟା ସୁଦ୍ଧା ଅଫିସ୍‌ ପହଞ୍ଚିବାକୁ ନିର୍ଦ୍ଦେଶ ହୋଇଛି। ଲୋକସେବା ଭବନ ଓ ଆଖପାଖ ଅଫିସ୍‌ରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ଆଇନଶୃଙ୍ଖଳା ପରିସ୍ଥିତି ସୃଷ୍ଟିହେବା ନେଇ ସୁରକ୍ଷା କଡ଼ାକଡ଼ି କରାଯାଇଛି। ତେବେ ସାଢ଼େ ୯ଟାରୁ ଲୋକସେବା ଭବନ ସମ୍ମୁଖ ଗେଟ୍‌ ବନ୍ଦ ରହିବ ବୋଲି ଜଣାପଡିଛି।