ଗଜପତି ଜିଲ୍ଲା ସ୍ବାସ୍ଥ୍ୟ ବିଭାଗରେ କାର୍ଯ୍ୟରତ ୪ ଜଣ କମ୍ୟୁନିଟି ହେଲଥ ଅଫିସର ସସପେଣ୍ଡ


ପାରଳାଖେମୁଣ୍ଡି:୧୭/୭(ଗରୁଡ଼ ଧ୍ଵଜ ଚୌଧୁରୀ): ଗଜପତି ଜିଲ୍ଲାରେ ୪ ଜଣ କମ୍ୟୁନିଟି ହେଲଥ ଅଫିସର ସସପେଣ୍ଡ ହୋଇଥିବା ସୂଚନା ମିଳିଛି. ଗଜପତି ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡାକ୍ତର ମୁବାରକ ଅଲ୍ଲୀ ଗଣମାଧ୍ୟମ କୁ ସୂଚନା ପ୍ରଦାନ କରିକହିଛନ୍ତି ସେ ଗଜପତି ଜିଲ୍ଲା କହିଛନ୍ତିଯେ, କର୍ତଵ୍ୟରେ ଅବହେଳା ଓ ଉପରୋକ୍ତ ଅଧିକାରୀଙ୍କ ଆଦେଶକୁ ଅବମାନନା କରିବା ଅଭିଯୋଗରେ ସେମାନଙ୍କୁ ସସପେଣ୍ଡ କରାଯାଇଛି. ଏହି ୪ ଜଣ କମ୍ୟୁନିଟି ହେଲଥ ଅଫିସର ନିୟମିତ ଭାବେ ସେମାନଙ୍କ ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ରକୁ ଆସୁନଥିଲେ. ଗଜପତି ଜିଲ୍ଲାର ମୋହନା ବ୍ଲକର ପାଣିଗଣ୍ଡା, ରାଇପଙ୍କା, ବୁତୁଲି ଏବଂ ଆର. ଉଦୟଗିରି ବ୍ଲକର ଶିଆଳିଲଟି ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ରରେ କାର୍ଯ୍ୟରତ ୪ ଜଣ କମ୍ୟୁନିଟି ହେଲଥ ଅଫିସରଙ୍କୁ କାର୍ଯ୍ୟରୁ ସସପେଣ୍ଡ କରାଯାଇଛି. ଗଜପତି ଜିଲ୍ଲାରେ ଜନ ସାଧାରଣଙ୍କୁ ସ୍ୱାସ୍ଥ୍ୟସେବା ଯୋଗେଇବା ପାଇଁ ନିଯୁକ୍ତି ପାଇଥିବା ଯେକୌଣସି କର୍ମଚାରୀ, ହେଲଥ ଅଫିସର ଦାୟିତ୍ୱରେ ଅବହେଳା କଲେ ତୁରନ୍ତ ଦୃଢ କାଯ୍ୟନୁଷ୍ଠାନ ଗ୍ରହଣ କରାଯିବ ବୋଲି ମୁଖ୍ୟ ଚିକିତ୍ସାଧିକାରୀ ଶ୍ରୀ ଅଲ୍ଲୀ ସମସ୍ତଙ୍କୁ ଚେତାବନୀ ଦେଇ ସ୍ୱାସ୍ଥ୍ୟସେବାରେ ସମସ୍ତଙ୍କ ସହଯୋଗ ଲୋଡ଼ିଛନ୍ତି.

ଗଜପତି ଜିଲ୍ଲାରେ କଂଗ୍ରେସର ବନ୍ଦ ପାଳନ ସଫଳ ହୋଇଛି ପାରଳାଖେମୁଣ୍ଡି:୧୭/୭(ଗରୁଡ ଧ୍ଵଜ ଚୌଧୁରୀ): ସମଗ୍ର ଗଜପତି ଜିଲ୍ଲାରେ କଂଗ୍ରେସର ବନ୍ଦ ପାଳନ ଡାକରାକୁ ମିଳିଛି ଜନସମର୍ଥନ. ଗଜପତି ଜିଲ୍ଲାର ଜିଲ୍ଲା ମହକୁମା ପାରଳାଖେମୁଣ୍ଡି ସହର ସମେତ ସମଗ୍ର ଜିଲ୍ଲା ର ମୋଟ 7 ଗୋଟି ବ୍ଲକ ଯଥା ମୋହନା, ଆର. ଉଦୟଗିରି, ନୂଆଗଡ, ରାୟଗଡ, ଗୋଷଣୀ ଓ କାଶୀନଗର ଏନଏସି ଓ ବ୍ଲକ ଅଞ୍ଚଳରେ ସଫଳ ହୋଇଛି ବନ୍ଦ ପାଳନା। ସାରା ଜିଲ୍ଲାରେ ବନ୍ଦ ପାଳନ ଯୋଗୁଁ ଜୀବନ ଯାତ୍ରା ସମ୍ପୂର୍ଣ ବ୍ୟାହତ ହୋଇଛି। ଚକ ଅଖ ବନ୍ଦ ଥିବା ବେଳେ ସମସ୍ତ ସ୍କୁଲ କଲେଜ ସରକାରୀ ବେସରକାରୀ ଅନୁଷ୍ଠାନ ଦୋକାନ ବଜାର, ସରକାରୀ ଅଫିସ ଓ ବ୍ୟାଙ୍କ ଆଦି ସବୁ ବନ୍ଦ ରହିଥିବା ଦେଖିବାକୁ ମିଳିଛି। ରାଜ୍ୟରେ ନାରୀ ନିର୍ଯାତନା ବୃଦ୍ଧି ପାଉଥିବା ବେଳେ ନାରୀକୁ ସୁରକ୍ଷା ଦେବାରେ ବିଜେପି ସରକାର ସମ୍ପୂର୍ଣ୍ଣ ବିଫଳ ହୋଇଛନ୍ତି ବୋଲି ଗଜପତି ଜିଲ୍ଲା କଂଗ୍ରେସ କମିଟିର ସଭାପତି ତଥା ମୋହନା ବିଧାୟକ ଦାଶରଥି ଗମାଙ୍ଗ ପ୍ରକାଶ କରି କହିଛନ୍ତିଯେ, ବାଲେଶ୍ବର ଫକୀରମୋହନ ସ୍ବୟଂ ଶାସିତ ମହାବିଦ୍ୟାଳୟ ଛାତ୍ରୀଙ୍କୁ ସୁରକ୍ଷା ଦେଇ ପାରି ନାହାଁନ୍ତି ସରକାର। ତାଙ୍କ ଅସ୍ଵାଭାବିକ ମୃତ୍ୟୁ ପଛରେ ଥିବା ଦୋଷୀଙ୍କୁ ଦୃଷ୍ଟାନ୍ତମୂଳକ ଦଣ୍ଡ ଦେବା ସହ ପିଡିତାଙ୍କ ପରିବାରକୁ ୫ କୋଟି ସହାୟତା ପ୍ରଦାନ ଦାବି କରିଛନ୍ତି. ଏହି ବନ୍ଦ ପାଳନରେ ଗଜପତି ଜିଲ୍ଲା ସିପିଏମ ଦଳର ଦଣ୍ଡ ପାଣି ରଇତ, ସିପିଆଇର ଶ୍ରୀନିବାସ ବେହେରାଙ୍କ ସମେତ ବହୁ ବାମପନ୍ଥି ସଦସ୍ୟ ଯୋଗ ଦେଇ ବନ୍ଦ ପାଳନକୁ ସମ୍ପୂର୍ଣ ସଫଳ କରିଥିଲେ. କଂଗ୍ରେସ ନେତ୍ରୀ ଜସ୍ମିନ ଶେଖଙ୍କ ସମେତ ବହୁ ନେତା କର୍ମୀ ପାରଳାଖେମୁଣ୍ଡି ଠାରେ ବନ୍ଦ ପାଳନରେ ସାମିଲ ହୋଇଥିଲେ. ବିଜେପି ସରକାରଙ୍କ ବିଫଳତାକୁ ନେଇ ମୁଖ୍ୟମନ୍ତ୍ରୀ ଓ ଉଚ୍ଚ ଶିକ୍ଷା ମନ୍ତ୍ରୀଙ୍କ ଫଟୋଚିତ୍ରକୁ ଦାହ କରିବା ସହ ସେମାନଙ୍କ ଇସ୍ତଫା ଦାବି କରାଯାଇଥିଲା.