Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ସ୍ଥଗିତ ରହିଲା ସ୍ୱତନ୍ତ୍ର ଓଟିଇଟି ପରୀକ୍ଷା, ଦୁଇଟି ସିଟିଂରେ ହେବାର ଥିଲା ପରୀକ୍ଷା

ସ୍ଥଗିତ ରହିଲା ସ୍ୱତନ୍ତ୍ର ଓଟିଇଟି ପରୀକ୍ଷା । ସାରା ରାଜ୍ୟରେ ଆଜି ଅନୁଷ୍ଠିତ ହେବାର ଥିଲା ଏହି ସ୍ୱତନ୍ତ୍ର ଓଟିଇଟି ପରୀକ୍ଷା । ରାଜ୍ୟରେ କାର୍ଯ୍ୟରତ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ପାଇଁ ଏହି ସ୍ୱତନ୍ତ୍ର ଓଟିଇଟି । ୭୫ ହଜାର ଶିକ୍ଷକ ଶିକ୍ଷୟିତ୍ରୀ ଦେଇଥାନ୍ତେ ଏହି ପରୀକ୍ଷା । ପେପର୧ ଓ ପେପର ୨ ଦୁଇଟି ପେପରରେ ହୋଇଥାନ୍ତା ପରୀକ୍ଷା ।

ପରୀକ୍ଷା ସ୍ଥଗିତ ରଖିବାକୁ ମାଧ୍ୟମିକ ଶିକ୍ଷା ପରିଷଦର ନିଷ୍ପତ୍ତି । ପରୀକ୍ଷା କାହିଁକି ସ୍ଥଗିତ ରହିଲା ତାହାର କାରଣ ଅସ୍ପଷ୍ଟ ।

ଦୁଇଟି ସିଟିଂରେ ହେବାର ଥିଲା ସ୍ୱତନ୍ତ୍ର ଓଟିଇଟି ପରୀକ୍ଷା । ସକାଳ ୯ ଟାରୁ ସାଢ଼େ ୧୧ ଟା ପେପର ୧ ଓ ଦିନ ୨ ଟାରୁ ସାଢ଼େ ୪ ଟା ପେପର ୨ ପରୀକ୍ଷା ହୋଇଥାନ୍ତା। ।