Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ଗଜପତି ଜିଲ୍ଲାରୁ ପୋଷ୍ୟ ସନ୍ତାନ ଗ୍ରହଣ କଲେ କଟକ ଜିଲ୍ଲା ଦମ୍ପତି

ପାରଳାଖେମୁଣ୍ଡି;୨୨/୭(ଗରୁଡ ଧ୍ଵଜ ଚୌଧୁରୀ) ଗଜପତି ଜିଲ୍ଲାରୁ ୭୨ତମ ଶିଶୁଙ୍କୁ ଅତିରିକ୍ତ ଜିଲ୍ଲାପାଳ ଫାଲଗୁନି ମାଝୀ ପୋଷ୍ୟ ସନ୍ତାନ ଭାବେ କଟକ ଜିଲ୍ଲାର ଏକ ଦମ୍ପତିଙ୍କୁ ହସ୍ତାନ୍ତର କରିଛନ୍ତି। ପିତୃମାତୃହୀନ ଏହି ଶିଶୁଙ୍କୁ, ଶିଶୁ ମଙ୍ଗଳ ସମିତିଙ୍କ ନିର୍ଦ୍ଦେଶ କ୍ରମେ ଯତ୍ନ ଓ ସୁରକ୍ଷା ନିମନ୍ତେ ଉତ୍କଳ ବାଳାଶ୍ରମ ଶିଶୁ ଯତ୍ନ ଅନୁଷ୍ଠାନ, ପାରଳାଖେମୁଣ୍ଡି ଠାରେ ରଖି ଯତ୍ନ ଓ ସୁରକ୍ଷା ପ୍ରଦାନ କରାଯାଉଥିଲା। ପରବର୍ତ୍ତି ମୁହୁର୍ତ୍ତରେ ଶିଶୁ ମଙ୍ଗଳ ସମିତି, ଗଜପତି ଶିଶୁଟିକୁ ଆଇନତଃ ମୁକ୍ତ ଭାବେ ଘୋଷଣା କରିଥିଲେ ଏବଂ ଏହାପରେ ଶିଶୁଟିର ତଥ୍ୟ କେନ୍ଦ୍ରୀୟ ପୋଷ୍ୟ ସନ୍ତାନ ଗ୍ରହଣ ପୋର୍ଟାଲ୍ ରେ ଅପଲୋଡ଼୍ କରାଯାଇଥିଲା, ଯାହାଦ୍ୱାରା ଶିଶୁଟି ପୋଷ୍ୟ ସନ୍ତାନ ଭାବେ ଯେକୌଣସି ଦମ୍ପତ୍ତିଙ୍କ ପାଖକୁ ଯାଇପାରିବ, ତାହା ସମସ୍ତଙ୍କୁ ପୋର୍ଟାଲ୍ ମାଧ୍ୟମରେ ଜଣାଇ ଦିଆଯାଇଥିଲା। ପୋଷ୍ୟ ସନ୍ତାନ ଗ୍ରହଣ ନିମନ୍ତେ ପ୍ରାୟ ୨ ବର୍ଷରୁ ଉର୍ଦ୍ଧ ସମୟ ଧରି ଅନଲାଇନ୍ ମାଧ୍ୟମରେ ଦରଖାସ୍ତ ଦେଇ ଅପେକ୍ଷା କରି ରହିଥିବା ଉକ୍ତ ଦମ୍ପତିଙ୍କୁ କେନ୍ଦ୍ରୀୟ ପୋଷ୍ୟ ସନ୍ତାନ ସମ୍ବଳ କେନ୍ଦ୍ର ଅନୁମୋଦନ କରିଥିଲେ। ଉପରୋକ୍ତ ଦମ୍ପତ୍ତି ଶାରିରୀକ ସ୍ତରରେ ଶିଶୁଟିକୁ ପସନ୍ଦ କରି ନେବାପାଇଁ ସ୍ଥିର କରିଥିଲେ। ତାପରେ ଆବଶ୍ୟକ ହେଉଥିବା ଦସ୍ତାବିଜ ସ୍ଵତନ୍ତ୍ର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ର ଏବଂ ଜିଲ୍ଲା ଶିଶୁ ସୁରକ୍ଷା କାର୍ଯ୍ୟାଳୟ, ଗଜପତି ପ୍ରସ୍ତୁତ କରିଥିଲେ । ସମସ୍ତ ଦସ୍ତାବିଜକୁ ଅତିରିକ୍ତ ଜିଲ୍ଲାପାଳ ଯାଞ୍ଚ କରିବା ପରେ ଆଜି ଶିଶୁଟିକୁ ଉକ୍ତ ଦମ୍ପତିଙ୍କୁ ହସ୍ତାନ୍ତର କରିଥିଲେ। ଶିଶୁଟିର ବୟସ ୧୨ ବର୍ଷ, ଶିଶୁପୁତ୍ର ହୋଇଥିବାବେଳେ, ଶିଶୁଟିକୁ ପାଇ ଉକ୍ତ ଦମ୍ପତି ବେଶ ଖୁସି ଥିବା ଲକ୍ଷ୍ୟ କରାଯାଇଥିଲା। ହସ୍ତାନ୍ତର ସମୟରେ ଶିଶୁ ମଙ୍ଗଳ ସମିତି ଅଧ୍ୟକ୍ଷ ଅଶ୍ଵିନୀ କୁମାର ମହାପାତ୍ର, ଶିଶୁ ମଙ୍ଗଳ ସମିତି ସଦସ୍ୟା ମମତା ଶତପଥି, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଅରୁଣ କୁମାର ତ୍ରିପାଠୀ, ଉତ୍କଳ ବାଳାଶ୍ରମ ଶିଶୁ ଯତ୍ନ ଅନୁଷ୍ଠାନ ଓ ସ୍ବତନ୍ତ୍ର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ରର ସମସ୍ତ କର୍ମକର୍ତ୍ତା ଉପସ୍ଥିତ ରହି କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ।

More Stories