Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

କମିରା ରେ ମିଶନ ଶକ୍ତି ଗୃହ ଉଦଘାଟିତ

ବୀରମହାରାଜାପୁର: ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କମିରା ପଞ୍ଚାୟତ କାର୍ଯ୍ୟାଳୟ ପରିସର ରେ ସୋମବାର ପୂର୍ବାହ୍ନରେ ମିଶନ ଶକ୍ତି ଗୃହ ଉଦଘାଟିତ ହୋଇଯାଇଛି ।ବୀରମହାରାଜପୁର ବ୍ଲକ ଅଧ୍ୟକ୍ଷା ଶାନ୍ତି ଲୁହା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାକୁ ଉଦଘାଟନ କରିଛନ୍ତି। କମିରା ସରପଞ୍ଚ ଅନୁସୟା ପ୍ରଧାନ ଙ୍କ ପୌରୋହିତ୍ୟରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ବ୍ଲକ ଉପାଧ୍ୟକ୍ଷ ନାରାୟଣ ଲୁହା,ଗୋଷ୍ଠୀ ଉନ୍ନୟନ ଅଧିକାରୀ ମୋତିଲାଲ ସୁଲିଆ, ଚମ୍ପାମାଳ ସମିତିସଭ୍ୟ ଲକ୍ଷ୍ମୀନାରାୟଣ ପୁରୋହିତ,ସରପଞ୍ଚ ପ୍ରତିନିଧି ସପନ ପଧାନ ପ୍ରମୁଖ ସମ୍ମାନୀତ ଅତିଥି ଭାବେ ଯୋଗଦେଇ ଥିଲେ। କମିରା ରେ ମିଶନ ଶକ୍ତି ଗୃହ ହେବା ଫଳରେ ପଞ୍ଚାୟତର ସମସ୍ତ ସ୍ବୟଂ ସହାୟିକା ଗୋଷ୍ଠୀର ସଦସ୍ୟାମାନେ ତାଙ୍କର ବୈଠକ କରିବା ସହିତ ଅନ୍ୟାନ୍ୟ ସଭା ସମିତି କରିବା ପାଇଁ ଏହା ସହାୟକ ହେବ ।

More Stories