Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଆଜି କଟକରେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଶନିବାର କଟକରେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ । ଜିଲ୍ଲାର ସମସ୍ତ ସରକାରୀ କର୍ମଚାରୀଙ୍କୁ ସଜାଗ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ବର୍ଷା ଯୋଗୁଁ ସମ୍ଭାବ୍ୟ ଜଳବନ୍ଦୀ ଅବସ୍ଥାର ମୁକାବିଲା ପାଇଁ ସଜାଗ ରହିବାକୁ ନିର୍ଦ୍ଦେଶ । ଜିଲ୍ଲାପାଳଙ୍କ ଅଫିସ୍ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

ଜିଲ୍ଲାର ସବୁ ସରକାରୀ ଅଫିସ ଖୋଲା ରହିବ । ସବୁ ଅଧିକାରୀ, କର୍ମଚାରୀ ଅଫିସରେ ଉପସ୍ଥିତ ରହିବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ ।