Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ଦୁଇ ବାଇକ୍ ମୁହାଁମୁହିଁ ଧକ୍କା, ଜଣେ ଗୁରୁତର, ଜଣେ ଆହତ

ବାଲିଗୁଡ଼ା, ତା, ୨୭/୦୭: (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ୫୯ ନଂ.ଜାତୀୟ ରାଜପଥ ଆଦିବାସୀ ମହାବିଦ୍ୟାଳୟ ସମ୍ମୁଖରେ ରବିବାର ଘଟିଛି ବଡ଼ ଧରଣର ଦୁର୍ଘଟଣା । ଦୃତଗାମୀ ବାଇକ୍ ଧକ୍କା ଦେଲା ବିପରୀତ ଦିଗରୁ ଆସୁଥିବା ଆଉ ଏକ ବାଇକ୍ କୁ । ଦୁର୍ଘଟଣାରେ ଗୋଟିଏ ବାଇକ୍ ଚୁରମାର୍ ହୋଇଥିବା ବେଳେ ଜଣେ ଚାଳକ ଗୁରୁତର ଆହତ ହୋଇଥିବା ଜଣାପଡ଼ିଛି । ଅନ୍ୟଜଣେ ବାଇକ୍ ଆରୋହୀ ଆହତ ହୋଇଥିବା ଜଣାପଡ଼ିଛି । ଘଟଣାସ୍ଥଳରୁ ଆହତ ବାଇକ୍ ଆରୋହୀଙ୍କୁ ଉଦ୍ଧାର କରି ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଇଛି ବାଲିଗୁଡ଼ା ପୋଲିସ୍ । ଅନ୍ୟପଟେ ଦୁର୍ଘଟଣାଗ୍ରସ୍ତ ଦୁଇ ବାଇକ୍ କୁ ଜବତ କରି ତଦନ୍ତ ଆରମ୍ଭ କରିଛି ପୋଲିସ୍ । ଗୁରୁତର ଆହତ ହୋଇଥିବା ଯୁବକ ସିତାପଡ଼ି ଗ୍ରାମର ରଘୁନାଥ ମଲ୍ଲିକ ହୋଇଥିବା ସୂଚନା ମିଳିଛି । ରଘୁନାଥଙ୍କ ଅବସ୍ଥା ଗୁରୁତର ଥିବାରୁ ପ୍ରାଥମିକ ଚିକିତ୍ସା ପରେ ଡାକ୍ତର ତାଙ୍କୁ ଫୁଲବାଣୀ ଜିଲ୍ଲା ଚିକିତ୍ସାଳୟକୁ ସ୍ଥାନାନ୍ତର କରିଥିବା ଜଣାପଡ଼ିଛି ।